ଜାନୁୟାରୀ ୨୦ରୁ ଭୁବନେଶ୍ୱର-ସୁରଟ ବିମାନ ସେବା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁଆରୀ ୨୦ରୁ ଭୁବନେଶ୍ୱର-ସୁରଟ ମଧ୍ୟରେ ଏୟାର ଇଣ୍ଡିଆ ନୂଆ ବିମାନ ଚଳାଚଳ କରିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଟୁଇଟ କରି ସୂଚନା ଦେଇଛନ୍ତି। ଏୟାର ଇଣ୍ଡିଆ କର୍ତ୍ତୃପକ୍ଷ ତାଙ୍କୁ ସୂଚନା ଦେଇଥିବା ନେଇ ଏକ ଚିଠିର ଫଟୋ ସହ ଉଲ୍ଲେଖ କରିଛନ୍ତି। ଏହି ବିମାନ ସପ୍ତାହକୁ ଦୁଇଥର ଭୁବନେଶ୍ୱରରୁ ସୁରଟ ଓ ବେଙ୍ଗାଲୁରୁକୁ ଚଳାଚଳ କରିବ। ସୋମବାର ଓ ଗୁରୁବାର ଭୁବନେଶ୍ୱରରୁ ସୁରଟ ସକାଳ ୮.୪୦ରେ ଛାଡ଼ି ସୁରଟରେ ସକାଳ ୧୦.୪୦ରେ ପହଞ୍ଚତ୍ବ। ସେହିପରି ଶୁକ୍ରବାର ଓ ରବିବାର ସୁରଟରୁ ପୂର୍ବାହ୍ନ ୮.୩୦ରେ ଉଡାଣ ଭରି ଭୁବନେଶ୍ୱରରେ ୧୦.୩୦ରେ ପହଞ୍ଚତ୍ବ। ସୂଚନାଯୋଗ୍ୟ, ଏହି ବିମାନ ସୋମବାର ଓ ଗୁରୁବାର ବେଙ୍ଗାଲୁରୁଠାରୁ ଭୁବନେଶ୍ୱର ଓ ଏଠାରୁ ସୁରଟକୁ ଚଳାଚଳ କରିବ। ଶୁକ୍ରବାର ଓ ରବିବାର ବେଙ୍ଗାଲୁରୁଠାରୁ ଏହି ବିମାନ ସୁରଟକୁ ଯିବ ଓ ସେଠାରୁ ଭୁବନେଶ୍ୱରକୁ ଆସିବ। ଅର୍ଥାତ୍‌ ଏହି ବିମାନ ବେଙ୍ଗାଲୁରୁ-ସୁରଟ ମଧ୍ୟରେ ଭାୟା ଭୁବନେଶ୍ୱର ହୋଇ ଚଳାଚଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri