ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା, ମାସିକ ପେନ୍‌ସନ୧୦ ହଜାର ଟଙ୍କା ପ୍ରଦାନ ଆଦି ଦାବି ନେଇ ଆସନ୍ତା ଜାନୁଆରୀ ୮ ତାରିଖରେ କଳାହାଣ୍ଡି ନିର୍ମାଣ ଶ୍ରମିକ ସମନ୍ବୟ କମିଟି ପକ୍ଷରୁ ଜିଲାରେ ଧର୍ମଘଟ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ହୋଟେଲରେ କଳାହାଣ୍ଡି ନିର୍ମାଣ ଶ୍ରମିକ ସମନ୍ବୟ କମିଟିର ଏକ ବୈଠକ କମିଟିର ଆବାହକ ଗୌରଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଏହି ନିଷ୍ପତ୍ତି ନିଆଯାଇଛି। ଉକ୍ତ ବୈଠକରେ ସଂଘର ମୁଖ୍ୟ ଉପଦେଷ୍ଟା ଦାମୋଦର ବେହେରା, ଯଶୋବନ୍ତ ନାଏକ, ରିକ୍ସା ୟୁନିଅନର ସୁଧୀର ପଟ୍ଟନାୟକ, ପୋଷ୍ଟ ଅଫିସର ୟୁନିଅନର ଉପେନ୍ଦ୍ର ସାହୁ, ସବ୍ୟସାଚୀ ନାଏକ, ପୀତାମ୍ବର ଦଣ୍ଡସେନା, ଟାକ୍ସି ୟୁନିଅନର ପ୍ରଦୀପ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଜନକଲ୍ୟାଣ ଶ୍ରମିକ ସଂଘ ସଭାପତି ତ୍ରୈଲୋକ୍ୟ ଜ୍ୟୋତି ବାଗ୍‌ ସଭା ପରିଚାଳନା ସହ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri