ଜାପାନରେ ଘୂର୍ଣ୍ଣିଝଡ଼ ପରେ ଆସିଲା ଭୂକମ୍ପ: ୭୦ ଲକ୍ଷ ଲୋକ ସ୍ଥାନାନ୍ତର

ଟୋକିଓ,୧୩।୧୦: ଜାପାନରେ ଆସିଥିବା ଘୂର୍ଣ୍ଣିଝଡ଼ରେ ଏପର୍ଯ୍ୟନ୍ତ ପ୍ରାୟ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ରୁ ଊର୍ଦ୍ଧ୍ୱ ନିଖୋଜ ଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ଟୋକିଓରେ ଘୂର୍ଣ୍ଣିଝଡ଼ ‘ହଗିବିସ’କୁ ନେଇ ହାଇ ଆଲର୍ଟ ଜାରି କରାଯାଇଥିଲା। ଏହାସହ ପ୍ରାୟ ୭୦ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ଜଣାପଡିଛି। ତେବେ ଏହି ଘୁର୍ଣ୍ଣିଝଡ଼ ଟୋକିଓ ଛୁଇଁବା ବେଳକୁ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଫଳରେ ବଡ଼ ବଡ଼ ଗଛ ଉପୁଡି ପଡିବା ଓ ବିଦ୍ୟୁତ ସରବରାହ ବ୍ୟାହତ ହେବା ସହ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ତେବେ ଏହି ସମୟରେ ପ୍ରାୟ ୫.୭ ତୀବ୍ରତାର ଏକଭୂକମ୍ପ ହୋଇଥିବା ପ୍ରକାଶ କରିଛି ପାଣିପାଗ ବିଭାଗ। ଯେହେତୁ ଏହାର କେନ୍ଦ୍ରସ୍ଥଳ ସ୍ଥଳ ଭାଗଠାରୁ ବହୁ ଗଭିରରେ ଥିଲା ସେଥିପାଇଁ ବିଶେଷ କିଛି କ୍ଷତି ହୋଇନାହିଁ। ଗତ ୬ ଦଶକ ମଧ୍ୟରେ ଏହା ସବୁଠାରୁ ଶକ୍ତିଶାଳୀ ଘୂର୍ଣ୍ଣିଝଡ଼ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି। ସୂଚନାଯୋଗ, ଏହା ପୂର୍ବରୁ ୧୯୫୮ରେ ଏମିତି ଏକ ଶକ୍ତିଶାଳୀ ଭୂକମ୍ପରେ ଜାପାନରେ ପ୍ରାୟ ହଜାରେ ଲୋକଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri