ଜାପାନୀ ଜ୍ୱରରେ ଛାତ୍ର ଆକ୍ରାନ୍ତ: ମଢ଼ିଆଳିରେ ପହଞ୍ଚିଲେ ଡାକ୍ତରୀ ଟିମ୍‌

ଭଣ୍ଡାରିପୋଖରୀ, ୨୦।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଢିଆଳି ଗ୍ରାମର ଜଣେ ୧୭ ବର୍ଷର କଲେଜ ପଢୁଆ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, ଗତ ୫ ତାରିଖରେ ତାଙ୍କୁ ଜ୍ୱର ହେବାରୁ ସେ ଅସୁସ୍ଥ ହୋଇପଡ଼ିଥିଲେ। ଚିକିତ୍ସା ପାଇଁ ତାଙ୍କୁ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଔଷଧ ଖାଇବା ପରେ ମଧ୍ୟ ଜ୍ୱର ଛାଡ଼ି ନ ଥିଲା। ଏଣୁ ତାଙ୍କୁ କଟକକୁ ଚିକିତ୍ସା ପାଇଁ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖିବାକୁ ଡାକ୍ତର କହିଥିଲେ। ଆଇସିୟୁ କଟକ ବଡ଼ ଡାକ୍ତରଖାନାରେ ନ ମିଳିବାରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରକ୍ତ ନମୁନା ପରୀକ୍ଷା ପରେ ତାଙ୍କୁ ଜାପାନୀ ଜ୍ୱର ହୋଇଥିବା ଜଣାପଡ଼ିଥିଲା। ସେ ବର୍ତ୍ତମାନ ଆଇସିୟୁରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି।
ଜାପାନୀ ଜ୍ୱର ପାଇଁ କୌଣସି ଔଷଧ ନ ଥିବାବେଳେ କେବଳ ପ୍ରତିଷେଧକ ଟିକା ରହିଛି। ଭଦ୍ରକ ଜିଲାରେ ଆଜି ପର୍ଯ୍ୟନ୍ତ ଏହି ଟିକା ଦିଆଯାଇ ନ ଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡ. କମଳାକାନ୍ତ ସ୍ବାଇଁଙ୍କୁ ପଚାରିବାରୁ କହିଛନ୍ତି, ଜାପାନୀ ଜ୍ୱର ସମ୍ପର୍କରେ କିଛି ରିପୋର୍ଟ ଆସି ନାହିଁ। ଏହି ଜ୍ୱର ପାଇଁ ଔଷଧ ନାହିଁ। କେବଳ ଟିକାକରଣ କରାଯାଇପାରିବ। ନଭେମ୍ବର ୧୧ଠାରୁ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଜାପାନୀ ଜ୍ୱର ସମ୍ପର୍କରେ ୧ରୁ ୧୫ ବର୍ଷ ପିଲାମାନଙ୍କୁ ପ୍ରତିଷେଧକ ଟିକା ପ୍ରଦାନ ସହ ବିଭିନ୍ନ ସ୍ଥାନରେ ଜନସଚେତନତା ସୃଷ୍ଟି କରାଯିବା ବ୍ୟବସ୍ଥା ହୋଇଥିବା କହିଥିଲେ। ରବିବାର ଅପରାହ୍ନରେ ଏକ ଡାକ୍ତରୀ ଟିମ୍‌ ମଢ଼ିଆଳିରେ ପହଞ୍ଚିଥିଲେ।
ମଞ୍ଜୁରିରୋଡ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡା. ଦେବାଶିଷ ପତି, ସରପଞ୍ଚ ପ୍ରମିଳା ସାହୁ, ଅଙ୍ଗନୱାଡି, ଆଶାକର୍ମୀ ଓ ପୁରୁଷ ସ୍ବାସ୍ଥ୍ୟକର୍ମୀ ରୁଦ୍ରପ୍ରସାଦ କବି ମଢିଆଳିରେ ପହଞ୍ଚି ଗ୍ରାମ ଲୋକଙ୍କୁ ଡାକି ଏକ ସଚେତନତା ସଭା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri