Posted inଖେଳ

ଜାମଶେଦପୁର ଏଫ୍‌ସିର କ୍ରମାଗତ ଦ୍ୱିତୀୟ ବିଜୟ

ଜାମସେଦପୁର,୩୦ା୧୦: ସ୍ଥାନୀୟ ଜେଆର୍‌ଡି ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ମଙ୍ଗଳବାର ଚଳିତ ୬ଷ୍ଠ ହିରୋ ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ)ର ଦଶମ ମ୍ୟାଚରେ ନବାଗତ ହାଇଦ୍ରାବାଦ ଏଫ୍‌ସିକୁ ୩-୧ ଗୋଲରେ ହରାଇ ଜାମଶେଦପୁର ଏଫ୍‌ସି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ ଓଡିଶା ଏଫ୍‌ସିକୁ ୨-୧ରେ ପରାସ୍ତ କରିଥିବା ଜାମଶେଦପୁର ଦଳ ଏହି ବିଜୟ ସହିତ ପୁରା ୬ ପଏଣ୍ଟ ସଂଗ୍ରହ କରି ଟେବୁଲ ଶୀର୍ଷକୁ ଉନ୍ନୀତ ହୋଇଛି l
ଜାମଶେଦପୁର ପକ୍ଷରୁ ଫାରୁକ ଚୌଧୁରୀ, ଆନିକେତ ଯାଦବ ଓ ସର୍ଜିଓ କାଷ୍ଟେଲ ଗୋଲ ଦେଇଥିବା ବେଳେ ହାଇଦ୍ରାବାଦ ତରଫରୁ ଗୋଟିଏ ଗୋଲ ପରିଶୋଧ କରିଥିଲେ ମାର୍ସେଲିନୋ ପେରେରା। ପୂର୍ବ ମ୍ୟାଚରେ ଏଟିକେଠାରୁ ୫-୦ରେ ହାରିଥିବା ହାଇଦ୍ରାବାଦ ଦଳର ଏହା କ୍ରମାଗତ ଦ୍ୱିତୀୟ ପରାଜୟ l ମ୍ୟାଚରେ ଘରୋଇ ଜାମଶେଦପୁର ଦଳ ଆରମ୍ଭରୁ ଆକ୍ରମଣାତ୍ମକ ପନ୍ଥା ଆପଣାଇ ଗୋଲ ଦେବାର ଏକାଧିକ ସୁଯୋଗ କରିଥିଲା। କିନ୍ତୁ ଦୁର୍ବଳ ଫିନିଶିଂ ଏବଂ ହାଇଦ୍ରାବାଦ ଗୋଲରକ୍ଷକ ତଥା ଅଧିନାୟକ କମଲଜିତ ସିଂଙ୍କ ଲଢୁଆ ପ୍ରଦର୍ଶନ ଯୋଗୁ କୌଣସି ଗୋଲ ହୋଇ ନ ଥିଲା l ମଙ୍ଗଳବାର ଖେଳରେ ମାରୁତି ସୁଜୁକି ଲିମିଟ୍‌ଲେସ୍‌ ପ୍ଲେୟର ଅଫ୍‌ ଦି ମ୍ୟାଚ ପୁରସ୍କାର ସର୍ଗିଓ କାଷ୍ଟେଲଙ୍କୁ ଏବଂ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ଫାରୁକ ଚୌଧୁରୀଙ୍କୁ ପ୍ରଦାନ କରାଯାଇଥିଲା l ସେହିପରି ଆନିକେତ ଯାଦବ ଆଇଏସ୍‌ଏଲ୍‌ ଇମର୍ଜିଂ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଲାଭ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri