Posted inଜାତୀୟ

ଜାମିଆ ଗୁଳିକାଣ୍ଡ: ବିରୋଧ ପ୍ରଦର୍ଶନ କରୁଥିବା ଛାତୀଛାତ୍ରଙ୍କୁ ବଳପୂର୍ବକ ହଟାଇଲା ପୋଲିସ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ଗୁଳିକାଣ୍ଡକୁ ନେଇ ହିଂସାକାଣ୍ଡ ଜୋର ଧରିଛି। ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ ନିଅ ସ୍ବାଧୀନତା’ କହିବା ସହ ବନ୍ଧୁକ ବୁଲାଇ ସେମାନଙ୍କ ଉପରକୁ ଗୁଳି ଚଳାଇଛନ୍ତି। ଏଥିରେ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଶାଦାବ ଫାରୁକ ନାମକ ଜଣେ ଛାତ୍ର ଆହତ ହୋଇଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସ ମୁଖ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରୀଛାତ୍ରଙ୍କୁ ପୋଲିସ ବଳପୂର୍ବକ ହଟାଇଦେଇଛି । ପାଲିସ ଏଭଳି କାର୍ଯ୍ୟକୁ ନେଇ ଛାତ୍ରଛାତ୍ରୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।
ମିଳିଥିବା ସୂଚନାନୁସାରେ ଜାମିଆ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ଅପରାହ୍ନ ୧୨ଟାରେ ଏକ ଶୋଭାଯାତ୍ରାର ଆୟୋଜନ କରିଥିଲେ। ଜାମିଆ ନଗରସ୍ଥିତ ଏହି ୟୁନିଭର୍ସିଟି କ୍ୟାମ୍ପସ୍ର ଗେଟ ନମ୍ବର ୭ରୁ ରାଜଘାଟ ପର୍ଯ୍ୟନ୍ତ ଯାଉଥିବା ଶୋଭାଯାତ୍ରାକୁ ପୋଲିସ ଅନୁମତି ଦେଇ ନ ଥିଲା। ହୋଲି ଫାମିଲି ହସ୍ପିଟାଲ ନିକଟରେ ସେମାନଙ୍କୁ ଅଟକାଇବା ପାଇଁ ବହୁସଂଖ୍ୟକ ପୋଲିସ କର୍ମଚାରୀ ମୁତୟନ ହୋଇଥିଲେ। ଶୋଭାଯାତ୍ରାକୁ ରୋକିବା ଲାଗି ପୋଲିସ ଯୋଜନା କରୁଥିବାବେଳେ ଭିଡ଼ ଭିତରୁ ହଠାତ୍‌ ଜଣେ କିଶୋର ବାହାରିଥିଲେ। ସେ ବିକ୍ଷୋଭକାରୀମାନଙ୍କ ଆଗରେ ବନ୍ଧୁକ ବୁଲାଇବା ସହ ବାରମ୍ବାର ‘ୟେ ଲୋ ଆଜାଦୀ’ ବୋଲି ସ୍ଲୋଗାନ ଦେଉଥିଲେ। ପୋଲିସ ତାଙ୍କ ପାଖରେ ପହଞ୍ଚତ୍ବା ପୂର୍ବରୁ ସେ ଗୁଳି ଚଳାଇ ସାରିଥିଲେ। ଜାମିଆ ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗ ଛାତ୍ର ଶାଦାବଙ୍କ ବାମହାତରେ ଗୁଳି ବାଜିଥିଲା। ଏହି କଶ୍ମୀରୀ ଛାତ୍ରଙ୍କୁ ଏମ୍ସର ଟ୍ରମା କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି ଓ ସେ ବିପଦମୁକ୍ତ ଅଛନ୍ତି। ତେବେ ଏହି ଘଟଣାରେ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri