Posted inଜାତୀୟ

ଜାମିଆ ହିଂସାକୁ ନେଇ ଦିଲ୍ଲୀ ପୋଲିସର ଖବରଦାତା ସମ୍ମିଳନୀ: ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ) ବିରୋଧରେ ରବିବାର ହୋଇଥିବା ହିଂସାତ୍ମକ ପ୍ରଦର୍ଶନ ପରେ ସୋମବାର ଦିଲ୍ଲୀ ପୋଲିସ ଏକ ଖବରଦାତା ସମ୍ମିଳନୀ କରିଛି। ଏଥିରେ ପୋଲିସ ଜାମିଆ ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ଦେଇଛି। ହିଂସା ସମୟରେ ପୋଲିସ ପକ୍ଷରୁ କୌଣସି ଫାୟାରିଂ କରାଯାଇନାହିଁ ବୋଲି ଦିଲ୍ଲୀ ପୋଲିସ ଡିସିପି ତଥା ମୁଖପାତ୍ର ଏମ୍‌. ଏସ୍‌ ରନ୍ଧଓ୍ବା କହିଛନ୍ତି। ସେ କହିଛନ୍ତି, ପ୍ରଥମେ ପ୍ରଦର୍ଶନକାରୀମାନେ ପୋଲିସଙ୍କ ସହ ମୁହାଁମୁହିଁ ହୋଇଥିଲେ ଓ ଠେଲାପେଲା କରିଥିଲେ। ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଆହୁରି ମଧ୍ୟ କହିଛନ୍ତି, ଆନ୍ଦୋଳନକାରୀଙ୍କୁ କାବୁ କରିବାକୁ ଯାଇ ପୋଲିସ ସେମାନଙ୍କ ପଛରେ ଦୌଡୁଥିବା ସମୟରେ ବୋଧ ହୁଏ ଜାମିଆ କ୍ୟାମ୍ପସ ଭିତରକୁ ପ୍ରବେଶ କରିଥାଇପାରେ। ତେବେ ଦଙ୍ଗା କରୁଥିବା ଛାତ୍ରମାନେ ପୋଲିସଙ୍କ ଉପରେ ପଥରମାଡ କରିବା ସହ ପେଟ୍ରୋଲ ବମ୍‌ ଫୋପାଡିଥିଲେ। ହେଲେ ଏହାକୁ ଅତିରଞ୍ଜିତ କରାଯାଇ ସୋସିଆଲ ମିଡିଆରେ ମିଥ୍ୟା ପ୍ରଚାର କରାଯାଇଛି। ଅପରପକ୍ଷରେ ଜାମିଆ ମାମଲାକୁ ନେଇ ସୋସିଆଲ ମିଡିଆରେ ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଯାଞ୍ଚ କରାଯାଉଛି। ଏଥିରେ ଯେଉଁମାନଙ୍କର ସମ୍ପୃକ୍ତି ରହିଛି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri