Posted inଜାତୀୟ

ଜାମିନ୍‌ ମିଳିବାର ଦିନକ ପରେ ମୋଦି ସରକାରଙ୍କୁ ଘେରିଲେ ଚିଦାମ୍ବରମ୍‌: ଦେଶର ଜିଡ଼ିପି ୪.୫ ନୁହେଁ ୧.୫ ପ୍ରତିଶତ

ନୂଆଦିଲ୍ଲୀ,୫।୧୨: ଆଇଏନ୍‌ଏକ୍ସ୍‌ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ଜାମିନ୍‌ ମିଳିବାର ଗୋଟିଏ ଦିନ ପରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିଛନ୍ତି। ଦେଶର ଅର୍ଥବ୍ୟବସ୍ଥା ନେଇ ସେ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଜିଡ଼ିପି ନେଇ ସରକାର ଲୋକଙ୍କୁ ଭୁଆଁ ବୁଲାଉଥିବା ଚିଦାମ୍ବରମ୍‌ ଅଭିଯୋଗ କରିଛନ୍ତି। ଦେଶର ଜିଡ଼ିପି ୧.୫ ପ୍ରତିଶତ ରହିଥିବାବେଳେ ସରକାର ଏହାକୁ ବଢ଼ାଇ ଚଢ଼ାଇ ୪.୫ ପ୍ରତିଶତ କହୁଥିବା ଚିଦାମ୍ବରମ୍‌ କହିଛନ୍ତି। ମୋଦି ସରକାର ଲୋକଙ୍କ ପ୍ରତିବାଦକୁ ବାହୁବଳ ଦ୍ୱାରା ଚପାଇ ଦେବାକୁ ଉଦ୍ୟମ କରୁଛନ୍ତି। ଫଳରେ ବହୁ ଲୋକଙ୍କ ମନର କଥା ଲୋକଲୋଚନକୁ ଆସିପାରୁ ନାହିଁ। ଏବେ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀ ମହଙ୍ଗା ହେବାରେ ଲାଗିଛି। ଫଳରେ ଲୋକଙ୍କ ଜୀବନଧାରଣ ଅତିଶୟ କଷ୍ଟକର ହୋଇପଡ଼ିିଥିବା ସେ କହିଛନ୍ତି। କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ୧୪ କୋଟି ଲୋକଙ୍କୁ ଦାରିଦ୍ର୍ୟରୁ ବାହାର କରିଥିବାବେଳେ ଭାଜପା ସରକାର କୋଟିକୋଟି ଲୋକଙ୍କୁ ପୁଣି ଗରିବ କରିଛନ୍ତି। ଲୋକଙ୍କ ପାଖରେ କିଣିବା କ୍ଷମତା ହ୍ରାସ ପାଉଥିବା ଚିଦାମ୍ବରମ୍‌ ଅଭିଯୋଗ କରିଛନ୍ତି। ସରକାରଙ୍କ ଅଦୂରଦର୍ଶୀ ଯୋଜନା ଯୋଗୁ ବହୁ ଶିଳ୍ପ ସଂସ୍ଥାରେ ଛଟେଇ ଲାଗି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri