Posted inଜାତୀୟ

ଜାମିନ ନ ମିଳିବାରୁ ବଳାତ୍କାର ପୀଡ଼ିତାଙ୍କୁ ବିବାହ କଲେ ବିଧାୟକ

ଅଗରତାଲା,୧୧।୬: ତ୍ରିପୁରା ସରକାରରେ ସାମିଲ ହୋଇଥିବା ଦଳ ଆଇପିଏଫଟି(ଇଣ୍ଡିଜିନିୟସ୍‌ ପିପୁଲ୍ସ୍‌ ଫ୍ରଣ୍ଟ ଅଫ୍‌ ତ୍ରିପୁରା)ର ଜଣେ ବିଧାୟକ ସେହି ଯୁବତୀଙ୍କୁ ବିବାହ କରିଛନ୍ତି, ଯିଏ ତାଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଥିଲେ। ସୂଚନାଯୋଗ୍ୟ,ଯୁବତୀ ଜଣଙ୍କ ମେ୨୦ରେ ବିଧାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ନେଇ ଅଗରତାଲା ଥାନାରେ ଏକ ମାମଲା ରୁଜୁ କରିଥିଲେ। ବିଧାୟକ ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଧୋକା ଦେଇଥିଲେ ବୋଲି ଯୁବତୀ ଜଣଙ୍କ ଅଭିଯୋଗ ଆଣିଥିଲେ। ଅପରପକ୍ଷରେ ଆଗୁଆ ଜାମିନ ପାଇଁ ବିଧାୟକ ତ୍ରିପୁରା ହାଇକୋର୍ଟରେ ଆବେଦନ କରିଥିବା ବେଳେ ଜୁନ ୧ରେ ଏହି ଆବେଦନକୁ ଖାରଜ କରିଦେଇଥିଲେ କୋର୍ଟ। ଏହାପରେ ଜୁନ୯ ତଥା ରବିବାର ବିଧାୟକ ଉକ୍ତ ଯୁବତୀଙ୍କ ସହ ଅଗରତାଲା ଚର୍ତ୍ତୃଦାସ ମନ୍ଦିରରେ ବିବାହ କରିଥିଲେ। ଏହି ବିବାହରେ ୨ ପକ୍ଷର ପରିବାର ସାମିଲ ହୋଇଥିବା ଜଣାପଡ଼ିଛି। ତେବେ ଭାରତୀୟ ଆଇନ ଆନୁସାରେ ବିବାହ ପରେ ବଳାତ୍କାର ଅପରାଧ ନୁହେଁ। ତେଣୁ ବିଧାୟକଙ୍କ ଉପରେ ଆଉ କୌଣସି ମାମଲା ରହିବ ନାହିଁ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri