Posted inଜାତୀୟ

ଜାମିନ ନ ମିଳିବାରୁ ବଳାତ୍କାର ପୀଡ଼ିତାଙ୍କୁ ବିବାହ କଲେ ବିଧାୟକ

ଅଗରତାଲା,୧୧।୬: ତ୍ରିପୁରା ସରକାରରେ ସାମିଲ ହୋଇଥିବା ଦଳ ଆଇପିଏଫଟି(ଇଣ୍ଡିଜିନିୟସ୍‌ ପିପୁଲ୍ସ୍‌ ଫ୍ରଣ୍ଟ ଅଫ୍‌ ତ୍ରିପୁରା)ର ଜଣେ ବିଧାୟକ ସେହି ଯୁବତୀଙ୍କୁ ବିବାହ କରିଛନ୍ତି, ଯିଏ ତାଙ୍କ ଉପରେ ବଳାତ୍କାର ଅଭିଯୋଗ ଆଣିଥିଲେ। ସୂଚନାଯୋଗ୍ୟ,ଯୁବତୀ ଜଣଙ୍କ ମେ୨୦ରେ ବିଧାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ନେଇ ଅଗରତାଲା ଥାନାରେ ଏକ ମାମଲା ରୁଜୁ କରିଥିଲେ। ବିଧାୟକ ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ପରେ ଧୋକା ଦେଇଥିଲେ ବୋଲି ଯୁବତୀ ଜଣଙ୍କ ଅଭିଯୋଗ ଆଣିଥିଲେ। ଅପରପକ୍ଷରେ ଆଗୁଆ ଜାମିନ ପାଇଁ ବିଧାୟକ ତ୍ରିପୁରା ହାଇକୋର୍ଟରେ ଆବେଦନ କରିଥିବା ବେଳେ ଜୁନ ୧ରେ ଏହି ଆବେଦନକୁ ଖାରଜ କରିଦେଇଥିଲେ କୋର୍ଟ। ଏହାପରେ ଜୁନ୯ ତଥା ରବିବାର ବିଧାୟକ ଉକ୍ତ ଯୁବତୀଙ୍କ ସହ ଅଗରତାଲା ଚର୍ତ୍ତୃଦାସ ମନ୍ଦିରରେ ବିବାହ କରିଥିଲେ। ଏହି ବିବାହରେ ୨ ପକ୍ଷର ପରିବାର ସାମିଲ ହୋଇଥିବା ଜଣାପଡ଼ିଛି। ତେବେ ଭାରତୀୟ ଆଇନ ଆନୁସାରେ ବିବାହ ପରେ ବଳାତ୍କାର ଅପରାଧ ନୁହେଁ। ତେଣୁ ବିଧାୟକଙ୍କ ଉପରେ ଆଉ କୌଣସି ମାମଲା ରହିବ ନାହିଁ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri