Posted inଜାତୀୟ

ଜାମିନ ମିଳିବା ପରେ ହାର୍ଦ୍ଦିକଙ୍କ ସହ ରେସ୍ତୋରାଁ ପହଞ୍ଚିଲେ ରାହୁଲ

ଅହମ୍ମଦାବାଦ,୧୧।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଗୁଜରାଟ ଅହମ୍ମଦାବାଦର ଏକ କୋର୍ଟରେ ମାନହାନି ମାମଲାକୁ ନେଇ ହାଜର ହୋଇଥିଲେ। ଏହି ମାମଲାରେ ତାଙ୍କୁ ଜାମିନ ମିଳିବା ସହ ଏହାର ପରବର୍ତ୍ତି ଶୁଣାଣି ଆସନ୍ତା ଡିସେମ୍ବର ୭ରେ କରାଯିବାକୁ ଧାର୍ଯ୍ୟ କରାଯାଇଛି। ଏହା ପରେ ପରେ ସେ କଂଗ୍ରେସରେ ଯୋଗ ଦେଇଥିବା ପାଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ସହ ମିଶି ଏକ ରେସ୍ତୋରାଁକୁ ଯାଇଥିବା ଦେଖାଯାଇଥିଲା। ସୂଚନାଯୋଗ୍ୟ, ରାହୁଲ ଜବଲପୁରରେ ଏକ ରାଲିକୁ ସମ୍ବୋଧନ ଦେବା ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଜଣେ ହତ୍ୟା ଅଭିଯୁକ୍ତ ବୋଲି କହିଥିଲେ। ଏହାକୁ ନେଇ ଭାଜପାର ଜଣେ ନେତା କୃଷ୍ଣବଦନ ବ୍ରହ୍ମାଭଟ୍ଟ ତାଙ୍କ ନାଁରେ ମାନହାନି ମୋକଦ୍ଦମା କରିଥିଲେ। ଗୁରୁବାର ମଧ୍ୟ ରାହୁଲ ସବୁ ଚୋରଙ୍କ ନାଁ ପୁର୍ବରୁ ମୋଦି ଲେଖାଯିବା ମନ୍ତବ୍ୟକୁ ନେଇ ଯେଉଁ ମାମଲା ହୋଇଥିଲା ତାକୁ ନେଇ ସେ କୋର୍ଟର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri