ଧର୍ମଶାଳା ୧୭ା୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ପ୍ରସସ୍ଥିକରଣ ପାଇଁ ଜାରକା ବଜାର ଉଭୟ ପାର୍ଶ୍ୱରେ ବେଆଇନ ଭାବେ ନିର୍ମିତ ଦୋକାନଗୁଡିକୁ ତହସିଲ ପକ୍ଷରୁ ଶୁକ୍ରବାର ଉଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି ା ପୂର୍ବ ନୋଟିସ ମୁତାବକ ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା, ୨ ପ୍ଲାଟୁନ ପୋଲିସ ଫୋର୍ସ ସହ ଜାରକା ବଜାରର ଭୂମିକା ଆଇ ହସପିଟାଲଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲେ ା ଏଥିରେ ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି ମାଜିଷ୍ଟ୍ରେଟ ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିରିକ୍ତ ତହସିଲଦାର ଶିତଲ ଅଗ୍ରୱାଲ ଉପସ୍ଥିତ ରହିଥିଲେ। ଧର୍ମଶାଳା ଥାନାଧିକାରୀ ସରୋଜ କୁମାର ସାହୁ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ। ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲଠାରୁ ପାଣି କୋଇଲିର ରାସ୍ତାର ଜାରକା ବଜାର ବାମ ପାର୍ଶ୍ୱ ଭଙ୍ଗାଯାଇଛି। ଶନିବାର ଏହାର ବିପରିତ ଦିଗରେ ଥିବା ଦୋକାନଗୁଡିକୁ ଭଙ୍ଗାଯିବ ବୋଲି ତହସିଲଦାର ପଣ୍ଡା କହିଛନ୍ତି। ଏଥିସହ ଉଚ୍ଛେଦ ପ୍ରକ୍ରିୟା ଶାନ୍ତିପୂର୍ଣ୍ଣଥିବା ତହସିଲଦାର ଓ ଥାନାଧିକାରୀ ସାହୁ ସୂଚନା ଦେଇଛନ୍ତି ା
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…
ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...
ଯାଜପୁର ଏମ୍ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...
ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...
ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ
ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...
ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ
ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...
ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ
ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...
ସର୍ଭିସ ରୋଡ୍ ଜାମ୍, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର
ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍ଟି ବାରମ୍ବାର ଜାମ୍ ରହୁଥିବା ଦେଖିବାକୁ...
Archives


