ଜାରକା ବିଟ୍‌ ହାଉସ ନିକଟରେ ହେବ ଫ୍ଲାଏ ଓଭରବ୍ରିଜ୍‌

ଧର୍ମଶାଳା,୨୨।୨(ଡିଏନଏ): ଜାତୀୟ ରାଜପଥ ଜାରକା ଛକରେ ହେବାକୁ ଥିବା ଫ୍ଲାଏ ଓଭରବ୍ରିଜକୁ ନେଇ ଚାଲିଥିବା ବିଭିନ୍ନ କଳ୍ପନାଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଜାତୀୟ ରାଜପଥ ପ୍ରାଧିକରଣ ଆଞ୍ଚଳିକ ଅଧିକାରୀ ପି.କେ. ପଣ୍ଡା ଜାରକାରେ ପହଞ୍ଚି ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଓ ସ୍ଥାନୀୟ ଲୋକଙ୍କ ଉପସ୍ଥିତିରେ ସରଜମିନ ତଦନ୍ତ କରି ଜାରକା ବିଟହାଉସ ନିକଟରେ ଫ୍ଲାଏଓଭର ବ୍ରିଜ ନିର୍ମାଣ ଲାଗି ପ୍ରତିଶ୍ରୁତି ଦେଇଛନ୍ତି। ଏହି କାର୍ଯ୍ୟ ୭ଦିନ ମଧ୍ୟରେ ଆରମ୍ଭ କରିବାକୁ ଠିକାସଂସ୍ଥା ଡିବିଏଲର ପ୍ରକଳ୍ପ ପରିଚାଳକ କମଲ ଚୌହାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପୂର୍ବରୁ ଜାରକା ଛକରେ ଥିବା ଗଳିପୋଲଟି ପୂର୍ବ ଭଳି ରହିବବୋଲି ସ୍ଥିର କରାଯାଇଛି। ତେବେ ପୂର୍ବରୁ ଗଳିପୋଲ ଥିବା ସ୍ଥାନରେ ଫ୍ଲାଏ ଓଭରବ୍ରିଜ କରାଯିବା ପାଇଁ ସ୍ଥିର ହୋଇଥିଲା। ହେଲେ ଅବଶ୍ୟକ ଜାଗା ଓ ଗମନାଗମନ ସୁବିଧାକୁ ଦୃଷ୍ଟିରେ ରଖି ଏଠାରୁ ୧୫୦ ମିଟର ଦୂର ଜାରକା ବିଟ ହାଉସ ନିକଟରେ ଫ୍ଲାଇ ଓଭରବ୍ରିଜ କରିବାକୁ ସ୍ଥିର କରାଯାଇଛି।
ଏହି ସମୟରେ ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ଧର୍ମଶାଳା ଉନ୍ନୟନ କମିଟି ସଭାପତି ଜଳଧର ମହାନ୍ତି, ସଂଯୋଜକ ଅଖିଳ କୁମାର ସ୍ବାଇଁ, ଧର୍ମଶାଳା ମହୋତ୍ସବ ପୂଜା କମିଟି ସମ୍ପାଦକ ସତ୍ୟପ୍ରିୟ ମହାନ୍ତି, ବଡବଜାର କମିଟି ସଭାପତି ଅଶୋକ କୁମାର ସାହୁ, ସମ୍ପାଦକ ଅଶୋକ ମୁଦୁଲି, ମେନମାର୍କେଟ ସଭାପତି ଅମରେନ୍ଦ୍ର ରାଉତ, ସ୍ଥାନୀୟ ସରପଞ୍ଚ ନଟବର ସାହୁ, ବିକାଶ ବେହେରା, ଅନିରୁଦ୍ଧ ରାଉତ, ଶ୍ରୀକାନ୍ତ ସାହୁ, ନିର୍ମଳ ପ୍ରଧାନ, ପ୍ରଫୁଲ୍ଲ ସାହାଣୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri