ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା

ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି ।
ଜାଲିନା ଶୁକ୍ରବାର କମିଶନ ସଦସ୍ୟା ଭାବେ ଭୁବନେଶ୍ୱରଠାରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜାଲିନା ପ୍ରିୟଦର୍ଶିନୀ ପୂର୍ବତନ ବିଧାୟକ ସ୍ବର୍ଗତ ରଞ୍ଜିତ ପ୍ରଧାନଙ୍କ ଝିଅ। ସେ ଜି.ଉଦୟଗିରି ଏନ୍‌ଏସିର କାଉନସିଲର ଥିଲେ। ରାଜ୍ୟ ମହିଳା ବିଜେଡିର ସମ୍ପାଦିକା ଭାବେ ମଧ୍ୟ ସେ କାମ କରିଛନ୍ତି । ଛାତ୍ର ନେତ୍ରୀ ଭାବେ ତାଙ୍କର ସୁନାମ ଥିଲା । ଜାଲିନା ମହିଳା କମିଶନ ସଦସ୍ୟ ହେବା ପରେ ତାଙ୍କୁ ବିଭିନ୍ନ ସଙ୍ଗଠନ ତରଫରୁ ଶୁଭେଚ୍ଛା ଜଣାଯାଇଛି। ମହିଳା କମିଶନ ସଦସ୍ୟା ଭାବେ ନିଯୁକ୍ତି ମିଳିଥିବାରୁ ଜାଲିନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri