ଭବାନୀପାଟଣା,୨୬।୬(ଡି.ଏନ୍.ଏ.): ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ନକଲି ଟର୍ମ ଡିପୋଜିଟ୍ ରିସିପ୍ଟ (ଟିଡିଆର୍) ପ୍ରସ୍ତୁତ କରି ସରକାରଙ୍କ କୋଟି କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ଭବାନୀପାଟଣାର ସ୍ପେଶାଲ କ୍ଲାସ୍ ଠିକାଦାର ବଣ୍ଟି ଅଗ୍ରୱାଲ ଗିରଫ ହୋଇଥିଲେ। ତେବେ ଏ ନେଇ ହାଇକୋର୍ଟ ବଣ୍ଟିଙ୍କୁ ୨୧ ଦିନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଅନ୍ତରୀଣ ଜାମିନ ପ୍ରଦାନ କରିଥିବା କୁହାଯାଇଛି। ଆବେଦନକାରୀଙ୍କ ନାମରେ ୨୦୧୭ରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ମାମଲା ରୁଜୁ ହୋଇଥିଲା। ମା’ଙ୍କ ଅସୁସ୍ଥତା ନେଇ ତାଙ୍କୁ ଅନ୍ତରୀଣ ଜାମିନ ଦିଆଯାଉ ବୋଲି ପ୍ରାର୍ଥନା କରି ଏହି ମାମଲା ଉପରେ ସେ ଆବେଦନ କରିଥିଲେ।
ସୂଚନାଯୋଗ୍ୟ, ପୋଲିସ ପକ୍ଷରୁ ବଣ୍ଟିଙ୍କ ନାଁରେ ସମୁଦାୟ ୧୧ଟି ମାମଲା ରୁଜୁ ହୋଇଛି। ପୂର୍ବରୁ ତାଙ୍କ ବାପା ସୁପର କ୍ଲାସ୍ ଠିକାଦାର ରାଜେନ୍ଦ୍ରଙ୍କ ନାମରେ ୭ ଓ ପତ୍ନୀ ସବିତାଙ୍କ ନାଁରେ ୩ଟି ମାମଲା ଦାଏର ହୋଇଥିଲା। ରାଜେନ୍ଦ୍ର ସମସ୍ତ ମାମଲାରେ ଜାମିନ ପାଇସାରିଛନ୍ତି।
ଭିସୁଟ୍ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…
ହୀରାକୁଦରେ ବଢୁଛି ଜଳସ୍ତର, ପୁଣି ଖୋଲିଲା ଆଉ ୪ ଗେଟ୍
ସମ୍ବଲପୁର, ୨୧।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି। ଫଳରେ…
ଫିସେରୀ ବନ୍ଧରୁ ମିଳିଲା ଯୁବକଙ୍କ ମୃତଦେହ: ଖେଳିଗଲା ଶୋକର ଲହରୀ
ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): କ୍ଷେତରାଜପୁର ଥାନା ଅନ୍ତର୍ଗତ ଫାର୍ମଗୁଡିକ ସମଲେଇ ପ୍ରକଳ୍ପ-୨ର ଫିସେରୀ ବନ୍ଧ(ପୋଖରୀ)ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସ୍ଥାନୀୟ ଅଞ୍ଚଳର…
ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା….
ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ…
Archives

