ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିଲେ ଏଣିକି ଛାତ୍ରୀଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନରେ ନାମ ଲେଖାଇଥିବା ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପ୍ରମାଣପତ୍ରର ପୁନଃ ଯାଞ୍ଚ କରାଯିବ। ଜାଲ୍‌ ବୋଲି ପ୍ରମାଣିତ ହେଲେ ତୁରନ୍ତ ସେମାନଙ୍କ ଆଡ୍‌୍‌ମିଶନ୍‌ ରଦ୍ଦ କରିଦିଆଯିବ। ଏହାସହ ସ୍ଥାନୀୟ ଥାନାରେ ସମ୍ପୃକ୍ତ ବିଦ୍ୟାର୍ଥୀଙ୍କ ବିରୋଧରେ ମାମଲା ରୁଜୁ କରାଯିବ। ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ରରେ ନାମଲେଖା ହୋଇଥିବା ତଦନ୍ତରୁ ଜଣାପଡିବା ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏ ନେଇ ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ/ବେସରକାରୀ/ସେଲ୍‌ଫ ଫାଇନାନ୍ସିଂ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ଉଲ୍ଲେଖ କରାଯାଇଛି, ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ରରେ ଭଦ୍ରକ କଲେଜରେ କେତେଜଣ ଛାତ୍ର ନାମ ଲେଖାଇଥିବା ଘଟଣା ବିଭାଗର ନଜରକୁ ଆସିଛି। ଏହି ବିଷୟ ନେଇ ଏବେ ତଦନ୍ତ ଚାଲିଛି। ତଦନ୍ତ ପରେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଅନ୍ୟ କୌଣସି ସ୍ଥାନରେ ଏପରି ଜାଲିଆତି ସମ୍ପର୍କରେ ଜାଣିବା ଲାଗି ଦିବ୍ୟାଙ୍ଗ ପ୍ରମାଣପତ୍ରର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି। ସମ୍ପୃକ୍ତ ଜିଲାର ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)ଙ୍କ ଜରିଆରେ ଏସବୁ ଯାଞ୍ଚ କରାଯିବ। ଜାଲ୍‌ ଜଣାପଡିଲେ ସମ୍ପୃକ୍ତ ବିଦ୍ୟାର୍ଥୀଙ୍କ ନାମଲେଖାକୁ ରଦ୍ଦ ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବ। ଏପରିକି ଜାଲିଆତି କରିଥିବା ବିଦ୍ୟାର୍ଥୀଙ୍କ ବିରୋଧରେ ଏତଲା ରୁଜୁ କରିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି।
ସୂଚନାଯୋଗ୍ୟ, ଭଦ୍ରକ କଲେଜରେ ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିବା ନେଇ ଅଭିଯୋଗ ଉଠିଥିଲା। ୮୦ ପ୍ରତିଶତ ମାର୍କ ରଖି ପିଲା ବାଦ୍‌ ପଡିଥିବାବେଳେ ୪୦ ପ୍ରତିଶତ ମାର୍କ ରଖିଥିବା ପିଲା କଲେଜରେ ନାମ ଲେଖାଇଥିବା ଜଣାପଡିଥିଲା। ଏହାର ପ୍ରତିବାଦରେ ଏବିଭିପି ଆନ୍ଦୋଳନକୁ ଓହ୍ଲାଇବା ସହ ଭଦ୍ରକ କଲେଜ ନାମଲେଖା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିବାକୁ ଦାବି ହୋଇଥିଲା। ଏପରିକି ଗତ ୪ ବର୍ଷ ମଧ୍ୟରେ ପ୍ରାୟ ୨ ଶହରୁ ଅଧିକ ପିଲା ଏଭଳି ଜାଲ୍‌ ସାର୍ଟିଫିକେଟ୍‌ ଦେଖାଇ ଭଦ୍ରକ କଲେଜରେ ଆଡ୍‌ମିଶନ କରିଥିବା ବିଭିନ୍ନ ରାଜନୈତିକ ଦଳ ଅଭିଯୋଗ ଆଣିଥିଲେ। ଯେଉଁମାନେ ଏଭଳି ମିଥ୍ୟା ସାର୍ଟିଫିକେଟ୍‌ ଦେଇଛନ୍ତି ସେମାନଙ୍କ ସାର୍ଟିଫିକେଟ୍‌ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri