ବେତନଟୀ,୩୧ା୭(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଆଞ୍ଚଳିକ ଡାକ୍ତରଖାନାରେ ଜାଲ୍ ନିଯୁକ୍ତିପତ୍ର ଦେଇ ପୁରୁଷ ସ୍ବାସ୍ଥ୍ୟକର୍ମୀ ଭାବେ ଚାକିରି କରିଥିବା ଜଣେ ଯୁବକଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ ନିକଟ ବଡଖୁଆ ଗ୍ରାମର କୁରବାନ ମହମ୍ମଦ (୩୮) ବୋଲି ବୈଶିଙ୍ଗା ଥାନା ଆଇଆଇସି କୃଷ୍ଣଚନ୍ଦ୍ର ପଲେଇ କହିଛନ୍ତି। ଗତ ୨୫ ତାରିଖରେ କୁରବାନ ଏକ ନିଯୁକ୍ତିପତ୍ର ଧରି ବୈଶିଙ୍ଗା ଡାକ୍ତରଖାନାରେ ପହଞ୍ଚିଥିଲେ। ସେଠାରେ ଡାକ୍ତର ତପନ ବେହେରାଙ୍କୁ ସାକ୍ଷାତ କରି ସେ ଚାକିରିରେ ଯୋଗ ଦେଇଥିଲେ। ମଙ୍ଗଳବାର ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ବିଶ୍ୱ ରଞ୍ଜନ ଦାସଙ୍କ ନିକଟରେ ପହଞ୍ଚି ସେ ନିଯୁକ୍ତିପତ୍ର ଦେଖାଇବା ପରେ ଏହା ଜାଲ୍ ବୋଲି ଜଣାପଡିଥିଲା। ଏଥିନେଇ ଡା.ଦାସ ବୈଶିଙ୍ଗା ଥାନାରେ ଅଭିଯୋଗ କରିବାରୁ ପୋଲିସ କୁରବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏଥିନେଇ ଥାନାରେ ଏକ ମାମଲା(ନଂ.୧୩୯/୧୯) ରୁଜୁ ହୋଇଛି। ଏହି ଜାଲ ନିଯୁକ୍ତିପତ୍ର ସେ କେଉଁଠୁ ଆଣିଲେ ଓ ଏଥିରେ ଅନ୍ୟ କାହାର ସମ୍ପୃକ୍ତି ଅଛି ଏନେଇ ପୋଲିସ ତଦନ୍ତ ଜାରି ରହିଥିବା ଥାନା ଆଇଆଇସି କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର
ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…
ଗରିମା କନକ୍ଲେଭ୍, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ
ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…
ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍: କମୁଛି ମ୍ୟାଲେରିଆ ଜ୍ୱର ଭୟ
ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…
ଜଳ ନିଷ୍କାସନ ଫେଲ୍, ବେହାଲ ବରଗଡ଼ ସହର
ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…
ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା
କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…
ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…
ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର
ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…
Archives

