ଜାଲ୍‌ ପ୍ରମାଣପତ୍ରରେ ଚାକିରି, ଭିଜିଲାନ୍ସରେ ମାମଲା: ବ୍ୟାସନଗର ସ୍ବୟଂଶାସିତ କଲେଜର ୩ ଅଧ୍ୟାପକଙ୍କୁ କାରଣ ଦର୍ଶାଅ ନୋଟିସ

ଯାଜପୁରରୋଡ,୧୫ା୬(ଡି.ଏନ.ଏ.): ଯାଜପୁର ଜିଲାର ଅନ୍ୟତମ ପ୍ରାଚୀନ ଶିକ୍ଷାନୁଷ୍ଠାନ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ନିଯୁକ୍ତି କେଳେଙ୍କାରୀ ଅଭିଯୋଗକୁ ନେଇ ମହାବିଦ୍ୟାଳୟର ୩ ଅଧ୍ୟାପକଙ୍କୁ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର କାରଣ ଦର୍ଶାଅ ନୋଟିସ (ପତ୍ରସଂଖ୍ୟା ୧୮୯୯୧/୧୧ା୬ା୨୦୨୦) ଦେଇଛନ୍ତି। ସେମାନେ ହେଲେ ଇଂଲିଶ ବିଭାଗ ଅଧ୍ୟାପକ ଦିଲୀପ କୁମାର ରାଉତ, ଗଣିତ ବିଭାଗ ଅଧ୍ୟାପକ ବିବେକାନନ୍ଦ ଜେନା ଏବଂ ପ୍ରାଣୀବିଜ୍ଞାନ ବିଭାଗ ଅଧ୍ୟାପିକା ପୁନ ପୁନ ଦାସ। ମିଥ୍ୟା ଓ ଜାଲ୍‌ ପ୍ରମାଣପତ୍ର ପ୍ରସ୍ତୁତ କରି ଜିଆଇଏ/ବ୍ଲକଗ୍ରାଣ୍ଟର ସମସ୍ତ ସୁବିଧା ସୁଯୋଗ ହାସଲ କରିବା ନେଇ ସେମାନଙ୍କ ନାମରେ କଟକ ଭିଜିଲାନ୍ସ ଡିଭିଜନରେ ମାମଲା ରୁଜୁ ହୋଇ ବିଚାରାଧୀନ ରହିଛି। ଅଧ୍ୟାପକ ରାଉତଙ୍କ ନାମରେ ୩୮/୨୧ା୭ା୨୦୧୮, ଜେନାଙ୍କ ନାମରେ ୩୭/୨୧ା୭ା୨୦୧୮ ଓ ଦାସଙ୍କ ନାମରେ ୩୪/୧୭ା୭ା୨୦୧୮ ନମ୍ବରରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ଏହାକୁ ଆଧାର କରି ଉଚ୍ଚଶିକ୍ଷା ବିଭାଗ ସଚିବ ମିଶ୍ର ଅଭିଯୁକ୍ତ ଅଧ୍ୟାପକମାନଙ୍କ ନାମରେ କାରଣ ଦର୍ଶାଅ ନୋଟିସ ଜାରି କରି ଏକମାସ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାବାଦ୍‌ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରିବା ପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କ ଦରମା ଓ ଗ୍ରାଣ୍ଟ ଇନ୍‌ ଏଡ୍‌ ବେନିଫିଟ ବନ୍ଦ କରିବାକୁ ନୋଟିସରେ ଦର୍ଶାଯାଇଛି। ସମ୍ପୃକ୍ତ ଅଧ୍ୟାପକଙ୍କ ବ୍ଲକଗ୍ରାଣ୍ଟ କାହିଁକି ପ୍ରତ୍ୟାହାର କରା ନ ଯିବ ସେ ସମ୍ପର୍କରେ ମଧ୍ୟ ଉତ୍ତର ରଖିବାକୁ କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ହୋଇଛି। ଏ ସଂକ୍ରାନ୍ତରେ ବ୍ୟାସନଗର ସ୍ବୟଂଶାସିତ କଲେଜର ଅଧ୍ୟକ୍ଷ ଶିବଚରଣ ମାଝିଙ୍କୁ ପଚାରିବାରୁ ସେ କହିଛନ୍ତି, ପୂର୍ବତନ ଅଧ୍ୟକ୍ଷ ଭିଜିଲାନ୍ସକୁ ଆବଶ୍ୟକ କାଗଜପତ୍ର ଦାଖଲ କରିଛନ୍ତି। କଲେଜରେ ମହଜୁଦ ଥିବା ସମ୍ପୃକ୍ତ ତଥ୍ୟକୁ ଆଧାର କରି ଏକ ରିପୋର୍ଟ ସଚିବଙ୍କୁ ୩୦ ଦିନ ମଧ୍ୟରେ ଦାଖଲ କରାଯିବ। ଏହାସହ ସଚିବଙ୍କ ନିର୍ଦ୍ଦେଶ ଅନୁଯାୟୀ ଅଭିଯୁକ୍ତ ଅଧ୍ୟାପକମାନଙ୍କ ଦରମା ବନ୍ଦ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri