ଜାଲ୍‌ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍‌ ସାର୍ଟିଫିକେଟ୍‌ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ ମାତ୍ର। ଜାଲ ସାର୍ଟିଫିକେଟ୍‌ ଦେଇ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉବୋଲି ଦାବି ହୋଇଛି। ପରେ ୭ ଦଫାି ସମ୍ବଳିତ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ପ୍ରଦାନ କରାଯାଇଥିଲା। ଜାଲ ସାର୍ଟିଫିକେଟ କ୍ରୟ ଓ ବିକ୍ରେତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ କରିବାକୁ ଦାବି କରାଯାଇଛି। ଅଲ୍‌ ଇଣ୍ଡିଆ ଫରୱାର୍ଡ ବ୍ଲକ ଜିଲା ସାଧାରଣ ସମ୍ପାଦକ ସମରଜିତ ମହାନ୍ତି , ସନ୍ତୋଷ ସାହୁ, ରାଜୀବ ଲୋଚନ ଖାଡଙ୍ଗା, ଶୁଶାନ୍ତ ପଟ୍ଟନାୟକ, ମୁନା ନାୟକ, ଗଣ ଅଧିକାର ସଂଘ ଓଡିଶା ସଭାପତି ଗଜାନନ ତ୍ରିପାଠୀ, ରାକେଶ ଦାସ, ନୃସିଂହ ଚରଣ ସ୍ବାଇଁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri