ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ

କର୍ଲାମୁଣ୍ଡା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣା ବ୍ଲକରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଶିକ୍ଷକ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ଧୂମାପାଲି ଗାରଁ ରୋହିତ ନାଗ (୩୦)।
ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ରୋହିତଙ୍କ ବିରୋଧରେ ଜାଲ ମାର୍କଶିଟ ଓ ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଅଭିଯୋଗ ଆସିଥିଲ। କର୍ଲାମୁଣ୍ଡା ଶିକ୍ଷାଧିକାରୀ ଆଲୁମାଲୁ ଭୀମରାଜ ଗଜବାହାଲ ହାଇସ୍କୁଲକୁ ଯାଇ ଏହାର ତଦନ୍ତ କରିବା ସହ ସଂପୃକ୍ତ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ ଅଫିସକୁ ଡାକି ପଚରାଉଚରା କରିଥିଲେ। ସେତେବେଳେ ଶିକ୍ଷକ ଜଣକ ଦାଖଲ କରିଥିବା ପ୍ରମାଣପତ୍ର ଅସଲି ବୋଲି ଦାବି କରିବା ସହ ଏହାର ପ୍ରମାଣ ଦେବେ ବୋଲି କହିଥିଲେ। ତେବେ ପରବର୍ତ୍ତୀ ସମୟରେ ଜିଲା ଶିକ୍ଷାଧିକାରୀ ତଦନ୍ତ ରିପୋର୍ଟ ପାଇ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଭବାନୀପାଟଣା ଟାଉନ ଥାନାରେ ଏତଲା ଦେଇଥିଲେ। ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜିଲା କାରାଗାରକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri