ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ

କର୍ଲାମୁଣ୍ଡା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ଏହି ଘଟଣା ବ୍ଲକରେ ଚର୍ଚ୍ଚାର ବିଷୟ ହୋଇଛି। ସମ୍ପୃକ୍ତ ଶିକ୍ଷକ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ଧୂମାପାଲି ଗାରଁ ରୋହିତ ନାଗ (୩୦)।
ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ରୋହିତଙ୍କ ବିରୋଧରେ ଜାଲ ମାର୍କଶିଟ ଓ ପ୍ରମାଣପତ୍ର ଦେଇ ଚାକିରି କରୁଥିବା ଅଭିଯୋଗ ଆସିଥିଲ। କର୍ଲାମୁଣ୍ଡା ଶିକ୍ଷାଧିକାରୀ ଆଲୁମାଲୁ ଭୀମରାଜ ଗଜବାହାଲ ହାଇସ୍କୁଲକୁ ଯାଇ ଏହାର ତଦନ୍ତ କରିବା ସହ ସଂପୃକ୍ତ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ ଅଫିସକୁ ଡାକି ପଚରାଉଚରା କରିଥିଲେ। ସେତେବେଳେ ଶିକ୍ଷକ ଜଣକ ଦାଖଲ କରିଥିବା ପ୍ରମାଣପତ୍ର ଅସଲି ବୋଲି ଦାବି କରିବା ସହ ଏହାର ପ୍ରମାଣ ଦେବେ ବୋଲି କହିଥିଲେ। ତେବେ ପରବର୍ତ୍ତୀ ସମୟରେ ଜିଲା ଶିକ୍ଷାଧିକାରୀ ତଦନ୍ତ ରିପୋର୍ଟ ପାଇ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ଭବାନୀପାଟଣା ଟାଉନ ଥାନାରେ ଏତଲା ଦେଇଥିଲେ। ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜିଲା କାରାଗାରକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି

କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri