ଜାଲ ସାର୍ଟିଫିକେଟ ଦେଇ ୩ ବର୍ଷ ଧରି କରୁଥିଲେ ଚାକିରି: ନକଲି ଡାକ୍ତର ଅଟକ, ପୋଲିସର ମାରାଥନ ଜେରା

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ନୂଆଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଚାକିରି କରୁଥିବା ଡା. ପଦ୍ମନାଭ ମୁଖୀ ବାରୁଆ ଏବେ ପୋଲିସ କବ୍ଜାରେ। ତାଙ୍କ ନାମରେ ହୋଇଥିବା ଡାକ୍ତରୀ ସାର୍ଟିଫିକେଟ୍‌ ଜାଲିଆତି ଅଭିଯୋଗ ଉପରେ ତଦନ୍ତ କରାଯିବାପରେ ତାଙ୍କ କାରନାମା ପଦାକୁ ଆସିଛି। ସୂଚନା ଅଧିକାର ଆଇନରେ ମିଳିଥିବା ତଥ୍ୟ ଆଧାରରେ ଏନେଇ ଅଭିଯୋଗ ହେବା ପରେ ସମ୍ପୃକ୍ତ ଡାକ୍ତରଙ୍କ ସାର୍ଟିଫିକେଟର ବୈଧତା ନେଇ ଜିଲାମୁଖ୍ୟ ଚିକିତ୍ସାଧିକାରୀ ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠାରୁ ମତାମତ ଲୋଡ଼ିଥିଲେ। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଗତ ୨୦୦୨ରେ ଏହି ନାମଧାରୀ କୌଣସି ଛାତ୍ର ଏମ୍‌ବିବିଏସ୍‌ ପାସ୍‌ କରି ନ ଥିବା ରିପୋର୍ଟ ପ୍ରଦାନ କରିବା ପରେ ମଙ୍ଗଳବାର ରାତିରେ ସିଡିଏମ୍‌ଓ ଟାଉନ ଥାନାରେ ଠକେଇ ରିପୋର୍ଟ ନେଇ ଅଭିଯୋଗ କରିଥିଲେ। ବୁଧବାର ଅତିରିକ୍ତ ଏସ୍‌ପି ରବିନାରାୟଣ ବାରିକ ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଟାଉନ ଥାନାରେ ଡାକ୍ତରଙ୍କୁ ଅଟକ ରଖି ମାରାଥନ ଜେରା ଚଳାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ପଦ୍ମନାଭ ଜାଲ ସାର୍ଟିଫିକେଟ ଦେଇ ୩ ବର୍ଷ ଧରି ସରକାରୀ ଡାକ୍ତର ଭାବେ ଚାକିରି ପାଇ ରୋଗୀସେବା କରୁଥିଲେ। ଏନେଇ ନୂଆଗାଁ ଅଞ୍ଚଳବାସୀଙ୍କ ତରଫରୁ ସୁନ୍ଦରଗଡ଼ ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ଡାକ୍ତରୀ ସାର୍ଟିଫିକେଟ ଜାଲ୍‌ ବୋଲି ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ସ୍ପଷ୍ଟ ହୋଇଛି। ୨୦୧୬ରେ ଏହି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ କିଭଳି ତାଙ୍କ ସାର୍ଟିଫିକେଟ ଠିକ୍‌ ଭାବେ ଯାଞ୍ଚ କରାଯାଇନାହିଁ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏନେଇ ଅଭିଯୋଗ ହେବା ପରେ ଧରିତ୍ରୀରେ ସେପ୍ଟେମ୍ବର ୨୭ ତାରିଖରେ ଖବର ପ୍ରକାଶ ପାଇବା ପରେ ତତ୍ପରତା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri