Posted inଖେଳ

ଜାହିରଙ୍କ ଭଳି ଖେଳିବାକୁ ଚାହେଁ: ଖଲିଲ

ନୂଆଦିଲ୍ଲୀ,୫।୮(ପି.ଟି.)- ବର୍ଷ ବର୍ଷ ଧରି ଭାରତୀୟ ଦଳ ପାଇଁ ପ୍ରତିଭାସମ୍ପନ୍ନ ବାମହାତୀ ପେସରମାନେ ଲମ୍ବା ସମୟ ଧରି ପ୍ରତିନିଧିତ୍ୱ କରିଆସିଛନ୍ତି। ଜାହିର ଖାନ, ଆଶିଷ ନେହେରା ଓ ଇର୍ଫାନ ପଠାନ ଭାରତକୁ ବହୁତ ମ୍ୟାଚ୍‌ ଜିତାଇଛନ୍ତି। ବରିନ୍ଦର ସ୍ରନ ଓ ଜୟଦେବ ଉନାଡକଟ ଦଳରେ ନିଜ ସ୍ଥାନ ପକ୍କା କରିପାରି ନ ଥିଲେ। ହେଲେ ୨୧ ବର୍ଷୀୟ ଖଲିଲ ଅହମ୍ମଦ ୨୦୧୮ ସେପ୍ଟେମ୍ବରରେ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରେ ନିୟମିତ ଭାବେ ଭାରତୀୟ ଦଳର ସଦସ୍ୟ ହୋଇ ରହିଛନ୍ତି। ଜାହିରଭାଇଙ୍କ ଭଳି ମୁଁ ଦୀର୍ଘ ସମୟ ଧରି ଦେଶ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଚାହେଁ। ସେ ଯେଉଁଭଳି ଖେଳୁଥିଲେ, ମୁଁ ତାହା କରିବାକୁ ଉଦ୍ୟମ କରିବି। ସେ ଯେତେବେଳେ ବୋଲିଂ କରୁଥିଲେ, ତାଙ୍କୁ ଦର୍ଶକ ଉତ୍ସାହିତ କରୁଥିଲେ। ମୋ ପ୍ରଦର୍ଶନକୁ ସେ ସ୍ତର ପର୍ଯ୍ୟନ୍ତ ନେବାକୁ ଚାହେଁ। ମୋର କିଛି ଦ୍ୱନ୍ଦ୍ୱ ଥିଲେ, ମୁଁ ଜାହିରଙ୍କୁ ପଚାରେ। ସେ ମୋ ପାଇଁ ସବୁବେଳେ ଉପଲବ୍ଧ ଅଛନ୍ତି। ଭାରତୀୟ ଦଳରେ ମୋତେ ସୁଯୋଗ ମିଳିଛି। ଏହାକୁ ମୁଁ ଝାଳବୁହା ପରିଶ୍ରମ ବଳରେ ବଜାୟ ରଖିବାକୁ ଚାହେଁ ବୋଲି ଖଲିଲ କହିଛନ୍ତି। ସେ ଏପର୍ଯ୍ୟନ୍ତ ୮ ଦିନିକିଆ ଓ ୧୧ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri