ଛତିଆ,୨।୮(ଡିଏନ୍ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍ଏସ୍ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡିଛି।
ପ୍ରକାଶ ଯେ, ସମିଆଁ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ପଦବୀଗୁଡିକ ଦଳିତ ମହିଳାଙ୍କ ପାଇଁ ସଂରକ୍ଷିତ ରହିଥିଲା। ସରପଞ୍ଚ ଭାବେ କାମିନୀ ବେହେରା ଓ ସମିତି ସଭ୍ୟା ଭାବେ ମାନା ସେଠୀ ନିର୍ବାଚିତ ହୋଇଥିଲେ। ମାତ୍ର ଜିଆର୍ଏସ୍ ଉଭୟ ମହିଳାଙ୍କୁ ଉପେକ୍ଷା କରି ଜଣେ ପଞ୍ଚାୟତସ୍ତରୀୟ ନେତାଙ୍କୁ ଧରି ନିଜ ଇଚ୍ଛାରେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ପଞ୍ଚାୟତ ନିୟମକୁ ଉପେକ୍ଷା କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କାର୍ଯ୍ୟାଦେଶ ଜିଆର୍ଏସ୍ ନିଜ ଇଚ୍ଛା ଅନୁସାରେ ଲୋକଙ୍କୁ ଦେଇ ନିଜେ ଠିକାଦାରୀ କରୁଛନ୍ତି। ସରକାରଙ୍କ ତରଫରୁ ବିଭିନ୍ନ ଘର ନିର୍ମାଣ ପାଇଁ ଆସୁଥିବା ଏମ୍ଜିଏନ୍ଆରଇଏସ୍ ଅର୍ଥର ବିଲ୍ କରାଇବା ପାଇଁ ଲୋକଙ୍କଠାରୁ ମୋଟା ଅଙ୍କର ହାତଗୁଞ୍ଜା ନେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଉକ୍ତ ବିଷୟରେ ବଡ଼ଚଣା ବିଡିଓଙ୍କୁ ପଞ୍ଚାୟତ ସରପଞ୍ଚ, ସମିତି ସଭ୍ୟା ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିଲା ନାହିଁ। ଜିଆର୍ଏସ୍ଙ୍କ ମନମୁଖୀ କାମରେ ଅତିଷ୍ଠ ହୋଇ ସରପଞ୍ଚ ବେହେରା ଓ ସମିତି ସଭ୍ୟା ସେଠୀ ସମିଆଁ ଗ୍ରାମ ପଞ୍ଚାୟତ ଜିଆରଏସ୍ ତାଙ୍କୁ କାର୍ଯ୍ୟରୁ ଅନ୍ତର କରିବା ସହିତ ଉକ୍ତ ବେନିୟମ କାର୍ଯ୍ୟର ତଦାରଖ କରି ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଜପୁର ଜିଲାପାଳ, ପ୍ରଳଳ୍ପ ସଂଯୋଜକ, ଯାଜପୁର ଓ ଜିଲା ଗ୍ରାମ ପଞ୍ଚାୟତ ଅଧିକାରୀଙ୍କୁ ଲିଖିତ ଆକାରରେ ଜଣାଇଛନ୍ତି।
Posted inଆମ ଜିଲା ଖବର, ଯାଜପୁର View All
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…
୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର
ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…
ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…
ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
Archives

