ଜିଏସ୍‌ଟି ଅଧୀନକୁ ଆସିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୧୮-୬: ପେଟ୍ରୋଲିୟମ ଉତ୍ପାଦକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ତେଲ ଓ ବିମାନ କମ୍ପାନୀଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ତେଲକୁ ନେଇ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିବ ନାହିଁ। ପେଟ୍ରୋଲ, ଡିଜେଲ ଓ ଏଟିଏଫ୍‌ ବା ବିମାନ ଇନ୍ଧନକୁ ଜିଏସ୍‌ଟି ଅଧୀନକୁ ଆଣିଲେ ରାଜ୍ୟ ସରକାରଗୁଡ଼ିକର ଆୟ ହ୍ରାସ ପାଇବ ବୋଲି କେନ୍ଦ୍ର ସରକାର ଯୁକ୍ତି ଦର୍ଶାଇଛନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ରାଜ୍ୟ ସରକାରଗୁଡ଼ିକ ପେଟ୍ରୋଲ, ଡିଜେଲ, ରିଏଲ ଇଷ୍ଟେଟ ଓ ମଦକୁ ଜିଏସ୍‌ଟି ଅଧୀନକୁ ଆଣିବାକୁ ଚାହୁଁନାହାନ୍ତି। ଏଥିରୁ ସେମାନେ ସର୍ବାଧିକ ଆୟ କରିଥାନ୍ତି। ଜିଏସ୍‌ଟି ଅଧୀନକୁ ତେଲ ଆସିଗଲେ ରାଜ୍ୟଗୁଡ଼ିକର କ୍ଷତି ହେବ। ରାଜ୍ୟ ସରକାରଗୁଡ଼ିକ ପେଟ୍ରୋଲ, ଡିଜେଲ,ଏଟିଏଫ୍‌, ଘର ଉପରେ ଷ୍ଟାମ୍ପ ଡ୍ୟୁଟି ଏବଂ ମଦ ଉପରେ ଏକ୍ସାଇଜ ଡ୍ୟୁଟି ଆଦାୟ କରନ୍ତି। ତେବେ କେନ୍ଦ୍ର ସରକାରଙ୍କ ଯୁକ୍ତି ହେଉଛି ଯେ, ଉକ୍ତ ୩ ପ୍ରକାର ତେଲକୁ ଜିଏସ୍‌ଟି ଅଧୀନକୁ ଆଣିଲେ ମଧ୍ୟ ଗ୍ରାହକଙ୍କୁ ସେଭଳି ଫାଇଦା ମିଳିବ ନାହିଁ। କାରଣ ତେଲ ଉପରେ ସର୍ବାଧିକ ୨୮% ଟିକସ ସହ ସେସ୍‌ ମଧ୍ୟ ଲାଗୁ କରାଯିବ। ଏହାଦ୍ୱାରା କେବଳ ତେଲ କମ୍ପାନୀଗୁଡ଼ିକୁ ଫାଇଦା ମିଳିବ। ଦୁଇବର୍ଷ ପୂର୍ବେ ଦେଶରେ ଜିଏସ୍‌ଟି ଲାଗୁ ହେବା ପରେ କେତେକ ସାମଗ୍ରୀ ଉପରେ ଟିକସ ଧାର୍ଯ୍ୟ କରିବାର ଅଧିକାର କେବଳ ରାଜ୍ୟ ସରକାରଙ୍କ ହାତରେ ଅର୍ପଣ କରାଯାଇଥିଲା। ବର୍ତ୍ତମାନ କେନ୍ଦ୍ର ସରକାର ପେଟ୍ରୋଲ ଉପରେ ଲିଟର ପ୍ରତି ୧୯.୪୮ ଟଙ୍କା ଏବଂ ଡିଜେଲ ଉପରେ ଲିଟର ପ୍ରତି ୧୫.୩୩ ଟଙ୍କା ଉତ୍ପାଦ ଟିକସ ଆଦାୟ କରୁଛନ୍ତି। ସେହିପରି ବିଭିନ୍ନ ରାଜ୍ୟରେ ତେଲ ଉପରେ ସ୍ବତନ୍ତ୍ର ଭ୍ୟାଟ୍‌ ଆଦାୟ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri