ଜିଏସ୍‌ଟି କ୍ଷତିପୂରଣ ବିଳମ୍ବକୁ ନେଇ ଉଦ୍‌ବେଗ

ନୂଆଦିଲ୍ଲୀ, ୫।୧୨: କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ପ୍ରଦାନରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ବିରୋଧୀ ଦଳରେ ଥିବା ରାଜ୍ୟଗୁଡିକର ଅର୍ଥମନ୍ତ୍ରୀମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ଅର୍ଥମନ୍ତ୍ରୀ ମାନଙ୍କର ଏକ ପ୍ରତିନିଧି ଦଳ ବୁଧବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭେଟିଛନ୍ତି। ଜିଏସ୍‌ଟି କ୍ଷତିପୂରଣ ବିଳମ୍ବ ହେଉଥିବାରୁ ଏଥିଯୋଗୁ ରାଜ୍ୟଗୁଡିକ ବିଭିନ୍ନ ସମସ୍ୟା ସାମ୍ନା କରୁଥିବା ପ୍ରସଙ୍ଗକୁ ସେମାନେ ଉଠାଇଛନ୍ତି। ପ୍ରତିନିଧି ଦଳରେ ଦିଲ୍ଲୀ, ପୁଡୁଚେରୀ, ପଞ୍ଜାବ, ମଧ୍ୟପ୍ରଦେଶ,କେରଳ, ରାଜସ୍ଥାନ, ଛତିଶଗଡ, ପଶ୍ଚିମବଙ୍ଗ ଭଳି ରାଜ୍ୟ ସାମିଲ ହୋଇଛନ୍ତି। ନିର୍ମଳା ସୀତାରାମନଙ୍କ ସହ ବୈଠକ ପରେ ପଞ୍ଜାବ ଅର୍ଥମନ୍ତ୍ରୀ ମନପ୍ରୀତ ସିଂ ବାଦଲ କହିଛନ୍ତି ଯେ, ଅଗଷ୍ଟ ଏବଂ ସେପ୍ଟେମ୍ବର ମାସର କ୍ଷତିପୂରଣ ରାଜ୍ୟ ବର୍ତ୍ତମାନ ଯାଏ ପାଇ ନାହାନ୍ତି। ପୁରୁଣା କ୍ଷତିପୂରଣ ଏବେ ଯାଏ ମିଳି ନ ଥିବା ବେଳେ ବର୍ତ୍ତମାନ ନଭେମ୍ବର ଏବଂ ଡିସେମ୍ବର ମାସର କ୍ଷତିପୂରଣ ଲାଗି ସମୟ ଆସିଲାଣି। ଅଗଷ୍ଟରୁ ନଭେମ୍ବର ଯାଏ କ୍ଷତିପୂରଣର ଦେୟ ସରକାରଙ୍କୁ ପ୍ରଦାନ କରିବାକୁ ପଡିବ। ରାଜ୍ୟଗୁଡିକୁ ଶୀଘ୍ର କ୍ଷତିପୂରଣ ଲାଗି ନିର୍ମଳା ସୀତାରାମନ ପ୍ରତିଶ୍ରୁତି ଦେଇଛନ୍ତି। ହେଲେ କେଉଁ ସମୟ ମଧ୍ୟରେ ଏହା ପ୍ରଦାନ କରାଯିବ ସେ ନେଇ କୌଣସି ସ୍ପଷ୍ଟ ସୂଚନା ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri