ଜିଏସ୍‌ଟି ଠକେଇ ରୋକିବାକୁ ଉଦ୍ୟମ: ନୂଆ ଡିଲରଙ୍କ ପାଇଁ ଆଧାର ଯାଞ୍ଚ ହେବ ବାଧ୍ୟତାମୂଳକ

ବାଙ୍ଗାଲୋର,୧୫-୯: ସାମଗ୍ରୀ ଏବଂ ସେବା ଟିକସ (ଜିଏସ୍‌ଟି) ବ୍ୟବସ୍ଥାରେ ହେଉଥିବା ଟିକସ ଠକେଇ ରୋକିବା ଦିଗରେ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଧାରାରେ ୨୦୨୦ ଜାନୁୟାରୀଠାରୁ ନୂଆ ଡିଲରଙ୍କ ଲାଗି ଆଧାର ଯାଞ୍ଚ ବାଧ୍ୟତାମୂଳକ କରାଯିବ। ପୂର୍ବରୁ ଏହା ଇଛାଧିନ ରହିଥିବା ବେଳେ ଆଧାର ପ୍ରମାଣନ(ଅଥେଣ୍ଟିକେଶନ)କୁ ବର୍ତ୍ତମାନ ଅନିବାର୍ଯ୍ୟ କରାଯାଇଥିବା ଜିଏସ୍‌ଟି ନେଟଓ୍ବର୍କ ମନ୍ତ୍ରୀ ଗୋଷ୍ଠୀର ମୁଖ୍ୟ ତଥା ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି। ମିଥ୍ୟା ଇନ୍‌ଭଏସ ଦ୍ୱାରା ଲୋକମାନେ ଜିଏସ୍‌ଟିରେ ଠକେଇ କରୁଥିବା ଗତ ଦୁଇବର୍ଷ ହେବ ଦେଖିବାକୁ ମିଳୁଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଧାରରେ ନୂଆ ପଦକ୍ଷେପ ନିଆଯାଇଛି ବୋଲି ମୋଦି ଏଠାରେ ଖବରଦାତାଙ୍କୁ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଯେଉଁମାନେ ଆଧାର ପ୍ରମାଣନ କରିବାକୁ ଅନିଛୁକ ସେମାନେ ଦସ୍ତାବିଜ ଭାବେ ଏହାକୁ ଦର୍ଶାଇ ପାରିବେ। ଏହି ପ୍ରକ୍ରିୟା ଲାଗି ୩ ଦିନ ସମୟ ଲାଗିବ। ରିଫଣ୍ଡିଂ ବର୍ତ୍ତମାନ ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଚଳିତ ବର୍ଷ ସେପ୍ଟେମ୍ବର ୨୪ଠାରୁ ଏକକ ସୋର୍ସରୁ ଅନ୍‌ଲାଇନ ରିଫଣ୍ଡ ଧାରାକୁ ଶେଷ କରିବାକୁ ଜିଏସ୍‌ଟିଏନ୍‌ ନିଷ୍ପତ୍ତି ନେଇଛି। କେନ୍ଦ୍ରୀୟ ଜିଏସ୍‌ଟି ବା ରାଜ୍ୟ ଜିଏସ୍‌ଟିକୁ ବିଚାରକୁ ନେଇ ଏହା କରିବାକୁ ଯୋଜନା କରାଯାଇଛି। ୨୦୨୦ ଜାନୁୟାରୀ ପହିଲାଠାରୁ ନୂଆ ସରଳୀକୃତ ଜିଏସ୍‌ଟି ରିଟର୍ନ ସିଷ୍ଟମ ଶୁଭାରମ୍ଭ କରିବାକୁ ଜିଏସ୍‌ଟିଏନ୍‌ ପକ୍ଷରୁ ଯୋଜନା ଚୂଡାନ୍ତ କରାଯାଇଛି। ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବାକୁ ଥିବା ଜିଏସ୍‌ଟି ପରିଷଦ ବୈଠକରେ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ସେ ମୋଦି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri