ଜିଏସ୍‌ଟି ଫାଙ୍କି ମାମଲା; ଅଧିକାରୀଙ୍କ କ୍ଷମତାର ସମୀକ୍ଷା କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦-୫: ସୁପ୍ରିମକୋର୍ଟ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଫାଙ୍କି ଅଭିଯୋଗରେ ଟିକସ ଅଧିକାରୀଙ୍କ ଦ୍ୱାରା ଯେକୌଣସି ବ୍ୟକ୍ତିଙ୍କୁ ଗିରଫ କରିବାର ଅଧିକାର ରହିଛି କି ନା ତାହାର ସମୀକ୍ଷା କରିବେ। ଟିକସ ଅଧିକାରୀଙ୍କ ଅଧିକାରକୁ ନେଇ ସର୍ବୋଚ୍ଚ ଅଦାଲତରେ ମାମଲା ଦାଏର ହୋଇଛି। ବୁଧବାର ଅଦାଲତ ଏହା ଉପରେ ବିଚାର କରିବା ଲାଗି ଏକମତ ହୋଇଛନ୍ତି। ଏଥିସହିତ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ନୋଟିସ ମଧ୍ୟ ଜାରି କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଓ ଜଷ୍ଟିସ ଅନିରୁଦ୍ଧ ବୋଷ୍‌ଙ୍କ ଅବକାଶକାଳୀନ ଖଣ୍ଡପୀଠ ଏହାର ପ୍ରାରମ୍ଭିକ ଶୁଣାଣି କରିଥିଲେ ଏବଂ ଏହାର ଶୁଣାଣି ୩ ଜଣିଆ ଖଣ୍ଡପୀଠରେ ହେବ ବୋଲି ନିର୍ଦ୍ଦେଶ ଦେଇଥିଲେ। ଖଣ୍ଡପୀଠ ଦର୍ଶାଇଛନ୍ତି ଯେ, ଜିଏସ୍‌ଟି ଫାଙ୍କି କ୍ଷେତ୍ରରେ ଅଭିଯୁକ୍ତଙ୍କୁ ଅଗ୍ରିମ ଜାମିନ ପ୍ରଦାନ ବେଳେ ବିଭିନ୍ନ ହାଇକୋର୍ଟ ଭିନ୍ନ ଦୃଷ୍ଟିକୋଣ ଆପଣାଇଛନ୍ତି। ଏଣୁ ଜିଏସ୍‌ଟି ଆଇନ ଅଧୀନରେ ଗିରଫ କରିବାର ଅଧିକାର ବ୍ୟବସ୍ଥା ଉପରେ ନିଷ୍ପତ୍ତି ନେବାର ଆବଶ୍ୟକତା ଦେଖାଦେଇଛି। ସମସ୍ତ ହାଇକୋର୍ଟ ଜିଏସ୍‌ଟି ଫାଙ୍କି ମାମଲାରେ ଆଗୁଆ ଜାମିନ ପ୍ରଦାନ ବେଳେ ସର୍ବୋଚ୍ଚ ଅଦାଲତର ପୂର୍ବ ଆଦେଶକୁ ଧ୍ୟାନରେ ରଖିବା ଲାଗି ଖଣ୍ଡପୀଠ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି। ବାସ୍ତବରେ ତେଲେଙ୍ଗାନା ହାଇକୋର୍ଟଙ୍କ ସମ୍ପର୍କରେ ଖଣ୍ଡପୀଠ ଏହା ଉଲ୍ଲେଖ କରିଥିଲେ। ସୂଚନାଥାଉ କି, ପୂର୍ବରୁ ତେଲେଙ୍ଗାନା ହାଇକୋର୍ଟ ତାଙ୍କ ରାୟରେ ଦର୍ଶାଇଥିଲେ ଯେ, ଏଭଳି ମାମଲାରେ କୌଣସି ବ୍ୟକ୍ତିଙ୍କୁ ଗିରଫଦାରୀରୁ ରକ୍ଷା କରାଯାଇପାରିବ ନାହିଁ। ତେବେ ତେଲେଙ୍ଗାନା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଗତ ୨୭ରେ ଏହାକୁ ଖାରଜ କରି ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri