ଜିଓରେ ୧୧୩୬୭ କୋଟି ନିବେଶ କରିବ କେକେଆର୍‌

ମୁମ୍ବାଇ,୨୩।୫: ଦେଶର ପ୍ରମୁଖ ବାଣିଜି୍ୟକ ଗ୍ରୁପ୍‌ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟ୍‌ଫର୍ମରେ ନିବେଶକାରୀ ସଂସ୍ଥା କେକେଆର୍‌ ୧୧୩୬୭ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ। ଜିଓ ପକ୍ଷରୁ ଶୁକ୍ରବାର ଏ ନେଇ ସୂଚନା ଦିଆଯାଇଛି। ଜିଓ ପ୍ଲାଟ୍‌ଫର୍ମସ୍‌ର ମୋଟ ଇକ୍ୱିଟି ମୂଲ୍ୟ ୪.୯୧ଲକ୍ଷ କୋଟି ଟଙ୍କା ଏବଂ ଔଦ୍ୟୋଗିକ ମୂଲ୍ୟ ୫.୧୬ଲକ୍ଷ କୋଟି ଟଙ୍କା ବୋଲି ଆକଳନରୁ ଜଣାପଡିଛି । କେକେଆର୍‌ର ଏହି ନିବେଶ ଫଳରେ ୨.୩୨% ଅଂଶଧନ ହାସଲ କରିବ। ଗତ ଏକ ମାସ ମଧ୍ୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜରେ ଏହା ହେଉଛି ୫ମ ବୃହତ୍‌ ନିବେଶ। ଏହା ପୂର୍ବରୁ ଫେସ୍‌ବୁକ୍‌, ସିଲ୍‌ଭରଲେକ୍‌, ଭିଷ୍ଟା ଇକ୍ୱିଟି ପାର୍ଟନର୍ସ, ଜେନେରାଲ ଆଟ୍‌ଲାଣ୍ଟିକ ନିବେଶ କରିଥିଲେ। ଏହି ତାଲିକାରେ କେକେଆର୍‌ ଭଳି ବିଶ୍ୱର ବୈଷୟିକ କ୍ଷେତ୍ରରେ ଅଗ୍ରଣୀ ନିବେଶକାରୀ ସଂସ୍ଥା ଯୋଡ଼ିହୋଇଛି। ଏହି କମ୍ପାନୀଗୁଡିକ ଜିଓ ପ୍ଲାଟ୍‌ଫର୍ମରେ ବର୍ତ୍ତମାନ ସୁଦ୍ଧା ୭୮,୫୬୨କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବା ପାଇଁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri