ଜିକେ ଭଟ୍ଟର ହସ୍‌ପିଟାଲରେ ଭଙ୍ଗାରୁଜା ଘଟଣା: ବସିଲା ଶାନ୍ତି କମିଟି ବୈଠକ

ଜଳେଶ୍ୱର, ୨୫ା୮-ଜଳେଶ୍ୱର ଜିକେଭଟ୍ଟର ହସପିଟାଲରେ ହୋଇଥିବା ଭଙ୍ଗାରୁଜା ଘଟଣାକୁ ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଆବାହକତ୍ୱରେ ଶନିବାର ଜଳେଶ୍ୱର ବ୍ଲକ ସମ୍ମିଳନୀ କକ୍ଷରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ କୁମାର ପାତ୍ର, ଉପଜିଲାପାଳ ନିଲୁ ମହାପାତ୍ର, ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା. କମଳାକାନ୍ତ ନାୟକ, ଜଳେଶ୍ୱର ଏସ୍‌ଡିପିଓ ସୁଦର୍ଶନ ଦାସ, ଜଳେଶ୍ୱର ବ୍ଲକ ଅଧ୍ୟକ୍ଷା ସବିତା ଦଳାଇ ଯୋଗଦେଇ ହସପିଟାଲର ସୁରକ୍ଷା ତଥା ସ୍ବାସ୍ଥ୍ୟସେବା କିପରି ଭଲ ଭାବରେ ହୋଇପାରିବ ସେ ବିଷୟରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଜଳେଶ୍ୱରର ବିଭିନ୍ନ ବୁଦ୍ଧିଜୀବୀ, ଆଇନ୍‌ଜୀବୀ, ଖବରଦାତା, ନିର୍ବାଚିତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ମତାମତ ରଖିଥିଲେ।
ଜିଲାପାଳ ସମସ୍ତ ଆଲୋଚନା ଶୁଣି ଏହାର ସ୍ଥାୟୀ ସମାଧାନ ନିମନ୍ତେ ଜିଲା ମୁଖ୍ୟଚିକିତ୍ସାଧିକାରୀଙ୍କୁ ଜିକେ ଭଟ୍ଟର ହସପିଟାଲରେ ଖାଲିଥିବା ଡାକ୍ତର ପଦବୀ ପୂରଣ, ରୋଗୀ କଲ୍ୟାଣ ସମିତିର ପୁର୍ନଗଠନ, ଶବ ବ୍ୟବଚ୍ଛେଦ ପାଇଁ ସୁଇପର ନିଯୁକ୍ତି କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅଧିକ ଶୌଚାଳୟ ନିର୍ମାଣ ପାଇଁ ଜଳେଶ୍ୱର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ ହସ୍‌ପିଟାଲରେ ବାରମ୍ବାର ଗଣ୍ଡଗୋଳ ହେଉଥିବାରୁ ସୁରକ୍ଷା ପାଇଁ ସେଠାରେ ପୋଲିସ ବ୍ୟବସ୍ଥା କରିବା ପାଇଁ ଜଳେଶ୍ୱର ଏସ୍‌ଡିପିଓଙ୍କୁ କହିଥିଲେ। ସେହିପରି ଜଳେଶ୍ୱର ଜନସାଧାରଣଙ୍କୁ ସରକାରୀ ସମ୍ପତ୍ତିର ସୂରକ୍ଷା ପାଇଁ ଯନତ୍ବାନ ହେବା ସଙ୍ଗେ ସଙ୍ଗେ ଆଇନ୍‌କୁ ସମ୍ମାନ ଦେବା ପାଇଁ ଅନୁରୋଧ କରିଥିଲେ। ଏହି ଆଲୋଚନାରେ ବ୍ଲକ ଉପାଧ୍ୟକ୍ଷ ବ୍ରଜମୋହନ ପ୍ରଧାନ, କମଳ ଚକ୍ରବର୍ତ୍ତୀ, ସତ୍ୟସୁନ୍ଦର ଦାସ, ସୁଦର୍ଶନ ଦାସ, ସିତାଂଶୁ ସେନାପତି, ଅରୁଣ ବେଜ, କୁଞ୍ଜ ବିହାରୀ ଦାସ, ଦିଲ୍ଲୀପ ଗିରି, ମଧୁସୂଦନ ସେନାପତି, ରାଧାଶ୍ୟାମ ସାହୁ, ସଞ୍ଜୟ ମହାନ୍ତି, ସେକ ଅବଦୁଲ ରହିମ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିବାବେଳେ ଜଳେଶ୍ୱର ବିଡିଓ ନିତ୍ୟାନନ୍ଦ ସାହୁ, ତହସିଲଦାର ଅଭିମନ୍ୟୁ ପଣ୍ଡା, ହସ୍‌ପିଟାଲର ମୁଖ୍ୟ ଚିକିତ୍ସକ ଦିଲୀପ ପାତ୍ର ଓ ମ୍ୟୁନିସିପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ପାଣି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri