ଜିଡିପି ବିବାଦ: ସୁବ୍ରମଣ୍ୟନ୍‌ଙ୍କୁ ଜବାବ ଦେବେ ସରକାର

ନୂଆଦିଲ୍ଲୀ,୧୩-୬: ଏନ୍‌ଡିଏ ସରକାର ଅମଳରେ ଜିଡିପି ହାର ଦର୍ଶାଇବାରେ ମିଥ୍ୟାର ଆଶ୍ରୟ ନିଆଯାଇଥିଲା ବୋଲି ପୂର୍ବତନ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ସୁବ୍ରମଣ୍ୟନ୍‌ ଏକ ରିପୋର୍ଟ ପ୍ରକାଶ କରି ଅଭିଯୋଗ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ପିଏମ୍‌-ଇଏସି) ଏହାର ଜବାବ ଦେବାକୁ ଅଣ୍ଟା ଭିଡ଼ିଛି। ସେମାନେ ବୁଧବାର ସୁବ୍ରମଣ୍ୟନ୍‌ଙ୍କ ଦାବିକୁ ଖଣ୍ଡନ କରିଛନ୍ତି। ସେମାନେ ଯଥାସମୟରେ ଏହାର ପଏଣ୍ଟ ବାଏ ପଏଣ୍ଟ ଜବାବ ଦେବେ ବୋଲି କହିଛନ୍ତି। ଇଏସି ପକ୍ଷରୁ ବୁଧବାର କୁହାଯାଇଛି ଯେ, ସୁବ୍ରମଣ୍ୟନ୍‌ଙ୍କ ଆକଳନକୁ ଭଲ ଭାବେ ଯାଞ୍ଚ କରାଯିବ। ଏହାପରେ ସରକାରଙ୍କ ପକ୍ଷରୁ ଯୋଗ୍ୟ ଜବାବ ଦିଆଯିବ। ଏ ସମ୍ପର୍କରେ ଏକ ବିବୃତି ଜାରି କରି କୁହାଯାଇଛି। ଏଥିରେ କୁହାଯାଇଛି ଯେ, ସିଇଏରେ କାର୍ଯ୍ୟ କରିବା ବେଳେ ସୁବ୍ରମଣ୍ୟନ୍‌ ଜିଡ଼ିପି ତଥ୍ୟକୁ ନେଇ ପ୍ରଶ୍ନ ଉଠାଇଥିବେ ଅଥବା ଏହା ଉପରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିବେ। ତେବେ ବର୍ତ୍ତମାନ ଏ ସମ୍ପର୍କରେ ଏହାର ଜବାବ ଦେଇ ସମଗ୍ର ଘଟଣାକୁ ଅତ୍ୟନ୍ତ ସମ୍ବେଦନଶୀଳ କରିବାକୁ ଇଏସି ଚାହୁଁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri