ଜିତେନ୍ଦ୍ରଙ୍କ ‘ଦି ଲାଷ୍ଟ୍‌ କଲର୍‌’ ଶ୍ରେଷ୍ଠ ଫିଚର ଫିଲ୍ମ

ଭୁବନେଶ୍ୱର, ୧୭-୯(ବ୍ୟୁରୋ):ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଯୋଜକ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ରଙ୍କ ପ୍ରଯୋଜିତ ଫିଚର ଫିଲ୍ମ ‘ଦି ଲାଷ୍ଟ୍‌ କଲର୍‌’ ପୁଣି ଏକ ମାଇଲଷ୍ଟୋନ୍‌ ଅତିକ୍ରମ କରିଛି। ଜିତେନ୍ଦ୍ରଙ୍କ ନିର୍ମିତ ଏହି ଫିଲ୍ମ ଇଣ୍ଡିଆ ଇଣ୍ଟରନ୍ୟାଶ୍‌ନାଲ ଫିଲ୍ମ ଫେଷ୍ଟିଭାଲ୍‌ ଅଫ୍‌ ବୋଷ୍ଟନ୍‌ର ଉଦ୍‌ଘାଟନୀ ସମାରୋହରେ ପ୍ରଦର୍ଶିତ ହେବାର ଗୌରବ ଅର୍ଜନ କରିଛି। ସେପ୍ଟେମ୍ବର ୧୩ରେ ଯୁକ୍ତରାଷ୍ଟ ଆମେରିକାର ବୋଷ୍ଟନ୍‌ ସହରରେ ଥିବା ଜନ୍‌ ଏଫ୍‌. କେନେଡି ପ୍ରେସିଡେନ୍ସିଆଲ ଲାଇବ୍ରେରୀ ଆଣ୍ଡ୍‌ ମ୍ୟୁଜିୟମ୍‌ରେ ଏହା ପ୍ରଦର୍ଶିତ ହେବାସହ ଦୁଇଟି ପୁରସ୍କାର ହାସଲ କରିଛି। ‘ଦି ଲାଷ୍ଟ୍‌ କଲର୍‌’କୁ ମିଳିଛି ଶ୍ରେଷ୍ଠ ଫିଚର୍‌ ଫିଲ୍ମ ଏବଂ ଶ୍ରେଷ୍ଠ ଅଭିନେତ୍ରୀର ପୁରସ୍କାର। ସେଲିବ୍ରିଟି ସେଫ୍‌ ବିକାଶ ଖାନ୍ନାଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ କିଛିଦିନ ତଳେ ଜାତିସଂଘ ମୁଖ୍ୟାଳୟରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଥିଲା। ଏହାସହ ୩୦ତମ ଆନୁଆଲ୍‌ ପାମ୍‌ ସ୍ପ୍ରିଙ୍ଗ୍‌ସ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ୍‌ରେ ପ୍ରିମିୟର୍‌ ହୋଇଥିବାବେଳେ ସମ୍ମାନଜନକ କାନ୍‌ସ ଫିଲ୍ମ ଫେଷ୍ଟିଭାଲ୍‌ ୨୦୧୯ରେ ସ୍ବତନ୍ତ୍ରଭାବେ ସ୍କ୍ରିନିଂ ହୋଇଥିଲା। କିଛିବର୍ଷ ପୂର୍ବେ ବିକାଶ ଖାନ୍ନାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଦି ଲାଷ୍ଟ୍‌ କଲର୍‌’ ଉପରେ ଆଧାରିତ ଏହି ଫିଲ୍ମରେ ଅଭିନେତ୍ରୀ ନିନା ଗୁପ୍ତା ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି। ୮୬ ମିନିଟର ଏହି ଫିଲ୍ମରେ ବୃନ୍ଦାବନରେ ବିଧବା ମହିଳାମାନେ ହୋଲି ଖେଳିବାକୁ ନେଇ ରହିଥିବା କଟକଣା ଓ ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ରାୟକୁ ଦର୍ଶାଯାଇଛି। ମହିଳାମାନଙ୍କ ବିରୋଧରେ ରହିଥିବା ବିଭିନ୍ନ କୁପ୍ରଥା ଏବଂ ସାମାଜିକ ପ୍ରତିବନ୍ଧକ ବିରୋଧରେ ଲଢ଼େଇ କରିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବା ଏହି ଫିଲ୍ମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିତେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri