ଜିନ୍ଦଲଙ୍କ ୮୯ତମ ଜୟନ୍ତୀ ପାଳିତ

କଳିଙ୍ଗନଗର,୭ା୮(ଡି.ଏନ୍‌.ଏ.): ଜିନ୍ଦଲ ଗ୍ରୁପ୍‌ର ପ୍ରତିଷ୍ଠାତା ଓ.ପି.ଜିନ୍ଦଲଙ୍କ ୮୯ତମ ଜନ୍ମ ଜୟନ୍ତୀ ଜିନ୍ଦଲ ଷ୍ଟେନଲେସ ଲିମିଟେଡ କଳିଙ୍ଗନଗରଠାରେ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିନ୍ଦଲ କମ୍ପାନୀର ମ୍ୟାନେଜିଙ୍ଗ୍‌ ଡାଇରେକ୍ଟର ଅଭ୍ୟୁଦୟ ଜିନ୍ଦଲ, ସିଓଓ ତରୁଣ ଖୁଲ୍‌ବେ, କାରଖାନା ମୁଖ୍ୟ ଆର.ଏସ୍‌. ବୈଦ୍ୟ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହିତ ସମସ୍ତ କର୍ମଚାରୀ ଯୋଗଦେଇଥିଲେ। ପ୍ରଥମେ ଓ.ପି.ଜିନ୍ଦଲଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରେ କାରଖାନା ବୃତ୍ତିଗତ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଭାରତୀୟ ରେଡ୍‌କ୍ରସ ସୋସାଇଟ କଟକର ମିଳିତ ସହଯୋଗରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହାକୁ କମ୍ପାନୀର ମ୍ୟାନେଜିଙ୍ଗ୍‌ ଡାଇରେକ୍ଟର ଉଦ୍‌ଘାଟନ କରି ନିଃସ୍ବାର୍ଥପର ମାନବସେବା ଉପରେ ଗୁରୁତ୍ୱ ପ୍ରଦାନ କରି ‘ରକ୍ତଦାତା ଜୀବନ ଦାତା‘ବୋଲି କହିଥିଲେ। ଏହି ଶିବିରରେ ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡରେ କାର୍ଯ୍ୟରତ ୧୫୫ ପୁରୁଷ ଓ ମହିଳା କର୍ମଚାରୀଙ୍କ ସହିତ ଠିକା କର୍ମଚାରୀ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ। କାରଖାନାର ବରିଷ୍ଠ ଅଧିକାରୀମାନେ ରକ୍ତଦାନ କରିବା ସହିତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ଯାଜପୁର ରୋଡଠାରେ ଥିବା ଶାନ୍ତି ନିବାସରେ ରହୁଥିବା ଅସହାୟ ବ୍ୟକ୍ତି ବିଶେଷଙ୍କୁ ବେଡସିଟ ଓ ମଧ୍ୟାହ୍ନଭୋଜନ, କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ କମ୍ବଳ, ଫଳ ଓ ମିଷ୍ଠାନ୍ନ ବଣ୍ଟନ କରାଯାଇଥିଲା। ସେହିପରି ଯୋଡାବରଠାରେ ଥିବା ଅନାଥାଶ୍ରମର ଅନ୍ତେବାସୀମାଙ୍କୁ ରାତ୍ରୀ ଭୋଜନ ତଥା ଦାନଗଦୀ ଓ ଯାଜପୁର ରୋଡର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଫଳ ଓ ମିଷ୍ଠାନ୍ନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାରଖାନାର ମାନବ ସମ୍ବଳ, ପ୍ରଶାସନିକ, ସିଏସ୍‌ଆର, ଓଏଚ୍‌ସି ଓ ବାହ୍ୟ ସମ୍ପର୍କ ବିଭାଗ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?