Posted inଜାତୀୟ

ଜିନ୍ନା ଥିଲେ ଧର୍ମନିରପେକ୍ଷ ନେତା; କଂଗ୍ରେସ ଯୋଗୁ ହୋଇଥିଲା ଦେଶ ବିଭାଜନ

କୋଲକାତା,୨୨।୧: ଭାରତ ବିଭାଜନ ନେଇ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ତଥା ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର କୁମାର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ମହମ୍ମଦ୍‌ ଅଲ୍ଲୀ ଜିନ୍ନା ଜଣେ ଧର୍ମନିରପେକ୍ଷ ନେତା ଥିଲେ। ତେବେ କଂଗ୍ରେସ ଦଳର କେତେକ ସାମ୍ପ୍ରଦାୟିକ ନେତାଙ୍କ ଯୋଗୁ ଅଖଣ୍ଡ ଭାରତର ବିଭାଜନ ହୋଇଥିଲା। ଭାରତରେ ରାଜନୈତିକ ସଫଳତା ନ ମିଳିବାର ଆଶଙ୍କା କରି ସେ ଦେଶ ବିଭାଜନ ପ୍ରସ୍ତାବ ରଖିଥିଲେ। ୧୯୪୦ ଲାହୋର ସମ୍ମିଳନୀରେ ଜିନ୍ନା ପାକିସ୍ତାନ ଦାବି ଉଠାଇଥିଲେ। ଶେଷରେ ସର୍ଦ୍ଦାର ପଟେଲ, ଜବାହର ଲାଲ୍‌ ନେହେରୁ ଏବଂ ମହାତ୍ମା ଗାନ୍ଧୀଙ୍କର ଇଛା ନ ଥିଲେ ମଧ୍ୟ ଏହାକୁ ସ୍ବୀକାର କରିବାକୁ ପଡ଼ିଥିଲା ବୋଲି ସେ କହିଛନ୍ତି। ୧୯୫୫ ପର୍ଯ୍ୟନ୍ତ ପାକିସ୍ତାନ ଧର୍ମନିରପେକ୍ଷ ରାଷ୍ଟ୍ର ଭାବେ କାର୍ଯ୍ୟ କରିଥିଲା। ତେବେ ଜିନ୍ନାଙ୍କ ମୃତ୍ୟୁ ପରେ ଏହା ଏକ ଇସଲାମିକ୍‌ ରାଷ୍ଟ୍ରରେ ପରିଣତ ହୋଇଥିଲା। ଅପରପକ୍ଷରେ ଭାରତ ଧର୍ମନିରପେକ୍ଷ ଥିଲା ଏବଂ ରହିଛି ମଧ୍ୟ। ଭାରତର ଆତ୍ମା ହିଁ ଧର୍ମନିରପେକ୍ଷ ବୋଲି ସେ କହିଛନ୍ତି। ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ଦିନ ଜାନୁୟାରୀ ୨୩କୁ ଦେଶଭକ୍ତି ଦିବସ ଭାବେ ପାଳନ କରିବା ଦାବି ନେଇ ପ୍ରଦର୍ଶନ କରୁଥିବା ଅବସରରେ ଚନ୍ଦ୍ର ବୋଷ ଏଭଳି ମନ୍ତବ୍ୟ ଦେଇଛନ୍ତି। ଏବେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri