Posted inଖେଳ

ଜିମ୍ବାଓ୍ବେକୁ ହରାଇଲା ଆଫଗାନିସ୍ତାନ

ଢାକା, ୧୫ା୯ (ଏଏଫ୍‌ପି)-ନାଜିବୁଲ୍ଲା ଜାଡ୍ରାନଙ୍କ ଅପରାଜିତ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଆଫଗାନିସ୍ତାନ ଏଠାରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଜିମ୍ବାଓ୍ବେକୁ ୨୮ରନରେ ପରାସ୍ତ କରିଛି। ନାଜିବୁଲ୍ଲା ୩୦ ବଲ୍‌ ସାମ୍ନା କରି ୫ ଚୌକା ଓ ୬ ଛକା ସହ ୬୯ ରନ କରି ଅପରାଜିତ ରହିଥିଲେ। ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ୧୯୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଜିମ୍ବାଓ୍ବେ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ବିନିମୟରେ ୧୬୯ରନ ସଂଗ୍ରହ କରିବାରେ ସମର୍ଥ ହୋଇଥିଲା। ଦଳ ପକ୍ଷରୁ ରେଗିସ୍‌ ଚାକାବ୍‌ଭା ୪୨ରନ କରି ଅପରାଜିତ ରହିଥିଲେ। ଉଇକେଟକିପର ତଥା ଓପନର ବ୍ରେଣ୍ଡନ ଟେଲର ୨୭, ର଼୍ୟାନ ବୁରି ୨୫ରନ କରିଥିଲେ। ଆଫଗାନିସ୍ତାନ ତରଫରୁ ଫରିଦ ମଲିକ ଓ ଅଧିନାୟକ ରଶିଦ ଖାଁ ୨ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ। ପୂର୍ବରୁ ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ନିର୍ଦ୍ଧାରିତ ଓଭରରେ ୫ଉଇକେଟ ବିନିମୟରେ ୧୯୭ରନ କରିଥିଲା। ଦଳ ପକ୍ଷରୁ ନାଜିବୁଲ୍ଲାଙ୍କ ଦ୍ରୁତ ଅର୍ଦ୍ଧଶତକ ବ୍ୟତୀତ ଓପନର ତଥା ଉଇକେଟକିପର ରହମାନୁଲ୍ଲା ଗୁର୍‌ବାଜ ୪୩, ମହମ୍ମଦ ନବି ୩୮ରନ କରିଥିଲେ। ଜିମ୍ବାଓ୍ବେ ତରଫରୁ ଟେଣ୍ଡାଇ ଚାଟରା ଏବଂ ସିନ୍‌ ଓ୍ବିଲିୟମ୍ସ ୨ଟି ଲେଖାଏଁ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର
ଆଫଗାନିସ୍ତାନ: ୨୦ ଓଭରରେ ୧୯୭/୫ (ନାଜିବୁଲ୍ଲା-୬୯*, ସିନ୍‌ ଓ୍ବିଲିୟମ୍ସ-୨/୧୬, ଟେଣ୍ଡାଇ ଚାଟରା-୨/୫୩)।
ଜିମ୍ବାଓ୍ବେ: ୨୦ ଓଭରରେ ୧୬୯/୭ (ରେଗିସ୍‌ ଚାକାବ୍‌ଭା-୪୨*, ବ୍ରେଣ୍ଡନ ଟେଲର-୨୭, ରଶିଦ ଖାଁ-୨/୨୯, ଫରିଦ ମଲିକ-୨/୩୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri