ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର

କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ କରି ଦେଖାଇଛନ୍ତି। ସେମାନେ ଘରେ ରହି ଓ କୌଣସି ମୂଲ୍ୟବାନ ଯନ୍ତ୍ରପାତି ବ୍ୟବହାର ନ କରି ପ୍ରସ୍ତୁତ କରିଛନ୍ତି ଏକ ପ୍ରାମାଣିକ ଚଳଚ୍ଚିତ୍ର। ଏହା କରୋନା ସଚେତନତା ଉପରେ ଆଧାରିତ। ମୋବାଇଲରେ ଶୁଟିଂ ଶେଷ କରିବା ସହ କୌଣସି ଅର୍ଥ ବ୍ୟୟ ବିନା ପ୍ରସ୍ତୁତ ହୋଇଥିବା ଏହି ପ୍ରାମାଣିକ ଚଳଚ୍ଚିତ୍ର ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେଉଛି।
ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ସମସ୍ତେ ଘରେ ରହୁଛନ୍ତି। ଫଳରେ ମନୋରଞ୍ଜନର ଖୋରାକ ଦରକାର ପଡ଼ୁଛି। ସୋସିଆଲ ମିଡ଼ିଆ ଉପରେ ଲୋକେ ଏବେ ଅଧିକ ନିର୍ଭରଶୀଳ। ତେଣୁ ଲୋକଙ୍କୁ ନୂତନ ମନୋରଞ୍ଜନମୂଳକ ଭିଡିିଓ ପହଞ୍ଚାଇବାକୁ ଯୋଜନା କରିଥିଲୁ ବୋଲି ଅଭିନେତା ଅନ୍ତର୍ଯ୍ୟାମୀ ମିଶ୍ର କହିଛନ୍ତି। ପ୍ରାମାଣିକ ଚଳଚ୍ଚିତ୍ରର କାହାଣୀ ଓ ଚିତ୍ରନାଟ୍ୟ ଦାୟିତ୍ୱ ତୁଲାଇଛନ୍ତି ଲୋପାମୁଦ୍ରା ବାରିକ। ମୋବାଇଲ ଦ୍ୱାରା ବ୍ୟକ୍ତିଗତ ସ୍ତରରେ ସମସ୍ତେ ଶୁଟିଂ ଶେଷକରି ପଠାଇଥିଲେ। ମହାମାରୀ କରୋନାକୁ ନେଇ ସଚେତନତାମୂଳକ ବାର୍ତ୍ତା ଏହି ପ୍ରାମାଣିକ ଚଳଚ୍ଚିତ୍ରର ପୃଷ୍ଠଭୂମି। ଭାସ୍ବତୀ ବସୁଙ୍କ ଭଳି ନାମୀଦାମୀ କଳାକାରଙ୍କୁ ମଧ୍ୟ ଏହି ଭିଡିଓରେ ଦେଖିବାକୁ ମିଳିଛି। ଭାସ୍ବତୀଙ୍କ ବ୍ୟତୀତ ଦେବଦତ୍ତ ପତି, ସୌମ୍ୟରଞ୍ଜନ ବେହେରା, ସୂର୍ଯ୍ୟକାନ୍ତ ଛୋଟରାୟ, କ୍ରିଷ୍ଣା ସିଂ, ଶିବାନୀ ପଣ୍ଡା ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି। ଏହି ପ୍ରାମାଣିକ ଚଳଚ୍ଚିତ୍ରକୁ ରାଜ୍ୟ, ଦେଶ ଓ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି ବୋଲି ଉକ୍ତ ଯୁବପିଢି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?