ଜିଲାପରିଷଦ ଉପନିର୍ବାଚନ : ବିଜେଡିରୁ ୨, ଭାଜପାରୁ ୪ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨।୧୧(ସ୍ବ.ପ୍ର.) : ଚଳିତମାସ ୨୭ ତାରିଖରେ ହେବାକୁ ଥିବା କୋରାପୁଟ ଜିଲା ଦଶମନ୍ତପୁରର ୧ନଂ. ଜୋନ୍‌ ଏବଂ ପଟ୍ଟାଙ୍ଗି ବ୍ଲକର ୧ନଂ. ଜୋନ୍‌ରେ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଶନିବାର ଶାସକ ବିଜେଡି ପକ୍ଷରୁ ୨ଜଣ ପ୍ରାର୍ଥୀ ଓ ଭାଜପା ପକ୍ଷରୁ ୪ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ସ୍ଥାନୀୟ ଉପଜିଲାପାଳଙ୍କ ନିକଟରେ ଦାଖଲ କରିଛନ୍ତିି। ନାମାଙ୍କନପତ୍ର ଦାଖଲର ଶେଷଦିନ ସୁଦ୍ଧା କଂଗ୍ରେସର ଦୁଇ, ବିଜେଡିର ଦୁଇ ଓ ଭାଜପାର ୪ଜଣ ଏପରିକି ସମୁଦାୟ ୮ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିବା ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାଯାଇଛି। ଶନିବାର ମଧ୍ୟାହ୍ନରେ ବିଜେଡି ପକ୍ଷରୁ ରାଜ୍ୟ ପର୍ଯ୍ୟବେକ୍ଷକ ତଥା ପୂର୍ବତନ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା, ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପୋଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି, ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢ଼ୀ, ପୂର୍ବତନ ମନ୍ତ୍ରୀ ରବି ନନ୍ଦ, ପୂର୍ବତନ ବିଧାୟକ ଗୁପ୍ତ ପ୍ରସାଦ ଦାସ ପ୍ରମୁଖ ଶତାଧିକ କର୍ମୀଙ୍କ ସହ ଏକ ଶୋଭାଯାତ୍ରାରେ ଯାଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚଥିଲେ। ଜିଲାପରିଷଦ ଦଶମନ୍ତପୁର ଜୋନ୍‌-୧ କହ୍ନେଇ ଜାନି ଓ ପଟ୍ଟାଙ୍ଗି ବ୍ଲକ ଜୋନ୍‌ -୧ ପାଇଁ ଲଇଛନ ଖରା ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେହିପରି ଭାଜପା ପକ୍ଷରୁ ଜିଲା ସଭାପତି ବିଜୟ କୁମାର ମିଶ୍ରଙ୍କ ନେତୃତ୍ୱରେ ଜିଲା ଉପସଭାପତି ପୂର୍ଣ୍ଣିମା ନାୟକ, ପଟ୍ଟାଙ୍ଗି ବ୍ଲକ ଅଧ୍ୟକ୍ଷ ଜଗତ ପାଙ୍ଗି, ବରିଷ୍ଠ ନେତା ଜୟରାମ ଗରଡ଼ା, ତ୍ରିପୁରାରୀ ଗରଡା କୁମୁଦ ସାଉଁନ୍ତା ମଧ୍ୟ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଦଶମନ୍ତପୁର ଜୋନ୍‌ ୧ ପାଇଁ ବଳରାମ ମୁଦୁଲି (୧) ଓ ବଳରାମ ମୁଦୁଲି(୨) ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ପଟ୍ଟାଙ୍ଗି ଜୋନ୍‌ – ୧ ପାଇଁ ରାଜେଶ ହନ୍ତାଳ ଓ ଦେଶୁ ଖିଲ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri