ଜିଲାପାଳଙ୍କୁ ଗୁହାରି: ଅନୁକମ୍ପା ଭିତ୍ତିରେ ନିଯୁକ୍ତି ଦିଅ

ଯୋଡ଼ା, ୨୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବଡବିଲ ପୌରପାଳିକାର ୨ନଂ ଓ୍ବାର୍ଡ ବେଲକୁଣ୍ଡି ଠାରେ ଥିବା ଅଙ୍ଗନଓାଡି କର୍ମୀ ପଦବୀରେ ସ୍ଥାନୀୟ ମହିଳାଙ୍କୁ ଆଗ୍ରାଧିକାର ଦେବା ନିମନ୍ତେ ଗ୍ରାମବାସୀ ଯୋଡା ବ୍ଲକ ବିଡିଓଙ୍କ ମାଧ୍ୟମରେ କେନ୍ଦୁଝର ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଦସ୍ତଖତ ସମ୍ବଳିତ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ଯେ, ଉକ୍ତ ୨ନଂ ଓାର୍ଡରେ ସ୍ଥାନୀୟ ବାସନ୍ତୀ ମହାକୁଡ ନାମ୍ନୀ ଜଣେ ମହିଳା ୨୦୦୮ ମସିହାରୁ ଅଙ୍ଗନଓାଡି କର୍ମୀ ଭାବେ କାର୍ଯ୍ୟ କରୁଥିଲେ। ଗତ ୩ମାସ ହେବ ତାଙ୍କର ମୃତ୍ୟୁ ଘଟିଛି ା ମୃତା ବାସନ୍ତୀଙ୍କ ୩ଝିଅ ଓ ଜଣେ ପୁଅ ଅଛନ୍ତି। ତାଙ୍କ ସ୍ବାମୀ ଅଭିରାମ ମହାକୁଡ ଦୀର୍ଘ ଦିନ ଧରି କ୍ୟାନସର ରୋଗରେ ପିଡିତ ଅଛନ୍ତି। ବାସନ୍ତୀଙ୍କର ଦେହାନ୍ତ ପରେ ପରିବାର ସଦସ୍ୟ ମାନେ ଦୁଇ ଓଳି ଖାଇବାକୁ ମଧ୍ୟ ପାଉନାହାନ୍ତି। ଏପରିସ୍ଥଳେ ପିଲାମାନଙ୍କର ପାଠପଢା ମଧ୍ୟ ବନ୍ଦ ହୋଇଯାଇଛି। ବାସନ୍ତୀଙ୍କ ମୃତ୍ୟୁ ହେବା ପରେ ଅଙ୍ଗନଓାଡି କର୍ମୀ ପଦବୀରେ ନିଯୁକ୍ତି ପାଇଁ ତାଙ୍କ ବଡ ଝିଅ ଗୀତାଞ୍ଜଳି ଯୋଡା ବ୍ଲକ ବିଡିଓ, ଚମ୍ପୁଆ ଉପଜିଲାପାଳ ଏବଂ କେନ୍ଦୁଝର ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ ା ତେବେ ବ୍ଲକ ପକ୍ଷରୁ ଏକ ସପ୍ତାହ ହେବ ଉକ୍ତ ଖାଲି ଥିବା ଅଙ୍ଗନଓାଡି କର୍ମୀ ପଦବୀ ପୂରଣ ନିମନ୍ତେ ଏକ ନୋଟିସ ହୋଇଥିଲା। ଏହି ନୋଟିସ୍‌ ଅନୁଯାୟୀ ତାଙ୍କ ଝିଅ ଗୀତାଞ୍ଜଳି ଆବେଦନ କରିଥିଲେ। ଅନ୍ୟ ପିଲା ମଧ୍ୟ ପକାଇଛନ୍ତି। ତେବେ ଗ୍ରାମବାସୀ ଉକ୍ତ ପଦବୀରେ ଗୀତାଞ୍ଜଳି ମହାକୁଡଙ୍କୁ ଅଗ୍ରାଧିକାର ଭିତିରେ ଚୟନ କରିବା ପାଇଁ ଏହି ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଥିବା ଗ୍ରାମର ମହିଳାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…

କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ତୃତୀୟ ପ୍ରୟାସରେ ‘ନିଟ୍‌’ କ୍ରାକ୍ କଲେ ଆକାଶ: ଚିଲିଦା ଗ୍ରାମ ପାଇଁ ଆଣିଲେ ଗୌରବ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମଣା ପଞ୍ଚାୟତ ଚିଲିଦା ଗ୍ରାମର ମେଧାବୀ ଛାତ୍ର ଆକାଶ ସବ୍ୟସାଚୀ ମହାନ୍ତ ଜାତୀୟସ୍ତରର ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri