ଜିଲାପାଳଙ୍କୁ ଦାବିପତ୍ର ଦେଲା ଭାଜପା

ବାରିପଦା ଅଫିସ, ୧୩ା୫- ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଜିଲା ଏକ ଆଦିବାସୀ ଅଧ୍ୟୂଷିତ ଅଞ୍ଚଳ ହୋଇଥିବା ବେଳେ ପ୍ରାୟ ୮୦ ଭାଗ ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଛନ୍ତି। ଜିଲାର ଅନେକ ଶ୍ରମିକ ନିଜର ଜୀବନ ଜୀବିକା ପାଇଁ ଜିଲା ତଥା ରାଜ୍ୟ ବାହାରକୁ ଦାଦନ ଖଟିବା ପାଇଁ ଯାଉଛନ୍ତି। ଦାଦନ ଶ୍ରମିକମାନଙ୍କୁ ପଞ୍ଜୀକରଣ କରାଇ ସରକାରୀ ଭାବେ ଆଣିବା, ରହିବା, ଖାଇବା ଏବଂ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପାଇଁ ଜିଲାରେ କୌଣସି ବ୍ୟବସ୍ଥା ନାହିଁ। ଫଳରେ ଶ୍ରମିକମାନେ ଲୁଚି ପଳାଇ ଆସି ଘରେ ସଙ୍ଗରୋଧରେ ରହୁଛନ୍ତି। ଏହା ଦ୍ୱାରା ଗ୍ରାମାଞ୍ଚଳର ଲୋକେ ଏକ ପ୍ରକାର ଆତଙ୍କିତ ଅବସ୍ଥାରେ ରହୁଥିବା ନେଇ ଭାଜପା ଅଭିଯୋଗ ଆଣିଛି। ଯେଉଁ ଶ୍ରମିକମାନଙ୍କୁ ଗାଁରେ ପୂରାଇ ଦିଆଯାଉ ନାହିଁ ସେମାନେ ଭୋକ ଉପାସରେ ଏବଂ ଗଛ ମୂଳେ ଆଦି ବିଭିନ୍ନ ସ୍ଥାନରେ ରହୁଛନ୍ତି। ତେଣୁ ଏହାର ସମାଧାନ ପାଇଁ ଭାଜପା ଦାବି କରିଛି। ବାରିପଦାର ଶ୍ରୀ ଶ୍ରୀ ହରିବଦଳଦେବଜୀଉ ମନ୍ଦିରର ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ମୋଟ ୫୪୯ଟି ଡାକ୍ତର ପଦବୀ ଥିବା ବେଳେ ବର୍ତ୍ତମାନ ମାତ୍ର ୨୨୩ ଜଣ ଅଛନ୍ତି। ସେହିଭଳି ନବ ନିଯୁକ୍ତ ୫୦ ଜଣ ଡାକ୍ତର ବର୍ତ୍ତମାନ ସୁଦ୍ଧା କାର୍ଯ୍ୟରେ ଯୋଗ ଦେଇ ନାହାନ୍ତି। ଫଳରେ ଜିଲାରେ ସ୍ବାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ତେଣୁ ତୁରନ୍ତ ଉକ୍ତ ଡାକ୍ତରଙ୍କ ଯୋଗଦାନ ନେଇ ପଦକ୍ଷେପ ଗ୍ରହଣ କରିବାକୁ ଭାଜପା ଦାବି କରିଛି। ସେହିଭଳି ମେଡ଼ିକାଲରେ ଶିଶୁ ବଦଳ ଘଟଣାର ଉପଯୁକ୍ତ ତଦନ୍ତ କରାଯିବା ପାଇଁ ମଧ୍ୟ ଭାଜପା ଦାବି କରିଛି। ଭାଜପା ଜିଲା ସଭାପତି କାନ୍ଦ୍ରା ସୋରେନଙ୍କ ନେତୃତ୍ୱରେ ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଞ୍ଜୀବ ମହାନ୍ତି, ପୂର୍ବତନ ଜିଲା ସଭାପତି ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ବାରିପଦା ବିଧାୟକ ପ୍ରକାଶ ସୋରେନ, ସାରସକଣା ବିଧାୟକ ଡା. ବୁଢ଼ାନ ମୁର୍ମୁ, ବଡ଼ସାହି ବିଧାୟକ ସନାତନ ବିଜୁଳି, ମୟୂରଭଞ୍ଜ ଏମ୍‌ପିଙ୍କ ଜିଲା ପ୍ରତିନିଧି ପ୍ରଦୀପ କୁମାର ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri