ଜିଲାପାଳଙ୍କୁ ନିର୍ଦ୍ଦେଶ: ଡିଏମ୍‌ଏଫ୍‌ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କର

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଏବଂ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓମ୍ବାଡକ) ଅର୍ଥରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଜିଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ସଚିବ ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ଚିଠି ମାଧ୍ୟମରେ ଜଣାଇ ଦେଇଛନ୍ତି। ଖଣି ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ଓ କୋଠା ନିର୍ମାଣ କାର୍ଯ୍ୟ କରାଯାଉଛି। କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟି(ସିଇସି) ଖଣିଜ ସମ୍ପଦ ଜିଲାଗୁଡ଼ିକରେ ଡିଏମ୍‌ଏଫ ଏବଂ ଓମ୍ବାଡକ ପ୍ରକଳ୍ପଗୁଡ଼ିକ ବୁଲି ଦେଖୁଛନ୍ତି। ପ୍ରକଳ୍ପଗୁଡ଼ିକର ସ୍ଥିତି କ’ଣ, କେଉଁ ଅଞ୍ଚଳରେ କାର୍ଯ୍ୟକାରୀ ହେଉଛି, ଏ ବାବଦରେ କେତେ ଖର୍ଚ୍ଚ ହୋଇଛି ସେସବୁର ସମସ୍ତ ତଥ୍ୟ ସିଇସି ସଂଗ୍ରହ କରିବେ। ଗସ୍ତ ପରେ କମିଟି ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିବ।
ଯଥାସମ୍ଭବ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ଅଧିକ ସମୟ କିମ୍ବା ପ୍ରକଳ୍ପର ମୂଲ୍ୟ ବୃଦ୍ଧି କରିବାର କୌଣସି ସମ୍ଭାବନା ନାହିଁ। ଏହାକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି। ପ୍ରକଳ୍ପଗୁଡିକୁ ଜମି ହସ୍ତାନ୍ତର ହୋଇ ନ ଥିଲେ କୌଣସି ଟେଣ୍ଡର କିମ୍ବା ଠିକାଦାରଙ୍କୁ କାର୍ଯ୍ୟାଦେଶ ନ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଜିଲାପାଳମାନେ ଏହାକୁ ବ୍ୟକ୍ତିଗତ ଭାବେ ଦେଖିବା ସହ ପ୍ରକଳ୍ପ ପାଇଁ ଜମି ଚିହ୍ନଟ କରି ବଜେଟ ପ୍ରସ୍ତୁତ କରିବା ପୂର୍ବରୁ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟରଙ୍କୁ ହସ୍ତାନ୍ତର କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri