ଜିଲାପାଳଙ୍କୁ ଭେଟିଲା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ

ବାରିପଦା ଅଫିସ,୩ା୧୨- ମୟୂରଭଞ୍ଜ ଜିଲା ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ସାକ୍ଷାତ କରି ସଂଘର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିଛନ୍ତି। ଏନେଇ ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଛନ୍ତି। ପୌରାଞ୍ଚଳର ପଟ୍ଟା ବିହୀନ ବାସିନ୍ଦାମାନେ ଗ୍ରାମ୍ୟ ଜଙ୍ଗଲ, ଜଳପୁଟ ଓ ଭୂଦାନ ଜମିରେ ବସବାସ କରୁଛନ୍ତି, ସେମାନଙ୍କୁ ଜମି ଅଧିକାର ପ୍ରମାଣପତ୍ର ପ୍ରଦାନ ତୁରନ୍ତ ପ୍ରଦାନ କରାଯାଉ। ଜମି ଅଧିକାର ପ୍ରମାଣପତ୍ର ପ୍ରଦାନ ପାଇଁ ସର୍ଭେ ପ୍ରକ୍ରିୟାକୁ ଗୁରୁତ୍ୱ ଦିଆଯାଉ ବୋଲି ଦାବି କରିଛନ୍ତି। ଜିଲାପାଳ ଭରଦ୍ୱାଜ ସେମାନଙ୍କ ସହିତ ଆଲୋଚନା କରି ନିୟମ ଅନୁଯାୟୀ ସମସ୍ତ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ଏବଂ ଜମି ହୀନମାନେ ବସବାସ କରୁଥିବା ସ୍ଥାନରୁ ସେମାନଙ୍କୁ ଉଚ୍ଛେଦ କରାଯିବ ନାହିଁ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ପ୍ରତିନିଧି ଦଳରେ ସଂଘର ସଭାପତି ନନ୍ଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ସଂଘର ସାଧାରଣ ସମ୍ପାଦକ କାହ୍ନୁଚରଣ ବେହେରା, ଉପଦେଷ୍ଟା ପ୍ରାଧ୍ୟାପକ ଗୋପବନ୍ଧୁ, କୋଷାଧ୍ୟକ୍ଷ ଭାରତୀ ପାତ୍ର ଓ ସମ୍ପାଦକ କାଶୀନାଥ ମାହାନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri