ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବାମପନ୍ଥୀ ଦଳର ବିକ୍ଷୋଭ

ଭଦ୍ରକ ଅଫିସ, ୮।୮ – ବାମପନ୍ଥୀ ଦଳର କର୍ମକର୍ତ୍ତା ଓ ସମର୍ଥକମାନେ ଗୁରୁବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜମ୍ମୁ କଶ୍ମୀରକୁ ଦିଆଯାଇଥିବା ସ୍ବତନ୍ତ୍ର ସାମ୍ବିଧାନିକ କ୍ଷମତା ଧାରା ୩୭୦ ଓ ୩୫(ଏ)କୁ ଉଠାଇ ନେବା, ଦେଶର ଏକତା, ସମ୍ବିଧାନ ଓ ସଂଘୀୟ ବ୍ୟବସ୍ଥା ଉପରେ କେନ୍ଦ୍ର ସରକାରଙ୍କ କୁଠାରଘାତ ବୋଲି କହି ନିନ୍ଦା କରାଯାଇଥିଲା। ସେଠାରେ ୧୪୪ ଧାରା ଲାଗୁ କରି ରାଜନୀତିଜ୍ଞ, ରାଜନେତାମାନଙ୍କୁ ଗୃହବନ୍ଦୀ କରିବା ଅତ୍ୟନ୍ତ ନିନ୍ଦନୀୟ। ଏହାକୁ ବିରୋଧ କରି ସିପିଆଇ, ସିପିଆଇଏମ୍‌, ସିପିଆଇ(ଏମଏଲ୍‌) ଭଦ୍ରକ ଜିଲା କମିଟି ପକ୍ଷରୁ ବନ୍ତ ଛକରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହାପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।
ଏହି ପରିପ୍ରେକ୍ଷୀରେ ସେଠାରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଜମ୍ମୁ କଶ୍ମୀର ରାଜ୍ୟକୁ ଭାଙ୍ଗି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଭାରତୀୟ ସମ୍ବିଧାନ ଓ ସଂସଦୀୟ ଗଣତନ୍ତ୍ର ପ୍ରତି ବିଶ୍ୱାସଘାତକତା ବୋଲି ବକ୍ତାମାନେ କହିଥିଲେ। କଶ୍ମୀରରେ ୫୦ ହଜାରରୁ ଊର୍ଦ୍ଧ୍ୱ ସୈନିକ ମୁତୟନ କରାଯାଇ ଜମ୍ମୁ କଶ୍ମୀରବାସୀଙ୍କ ମଧ୍ୟରେ ଭୟ ଓ ଅସ୍ଥିରତା ସୃଷ୍ଟି କରି ଦେଶର ଏକତା ପ୍ରତି ବିପଦ ସୃଷ୍ଟି କରାଯାଇଛି କହି ନିନ୍ଦା କରିଥିଲେ। ସିପିିଆଇଏମ୍‌ ଜିଲା ସମ୍ପାଦକ ଦିବ୍ୟସିଂହ ନାୟକ, ବରିଷ୍ଠ ନେତା ଚନ୍ଦ୍ରଶେଖର ନାୟକ, ପ୍ରଫୁଲ୍ଲ ପାଢୀ, ରାଧା ଦାସ, ପ୍ରଭାସ ମହାପାତ୍ର, ସିପିଆଇ(ଏମ୍‌ଏଲ୍‌)ର ଜିଲା ସମ୍ପାଦକ ସମର ବଳ, ଛାତ୍ରନେତା ପ୍ରତାପ ନାୟକ, ଜୟନ୍ତୀ ବିଶ୍ୱାଳ, ପୂର୍ଣ୍ଣଚନ୍ଦ୍ର ଦାସ, ଲକ୍ଷ୍ମୀପ୍ରିୟା ଦାସ, ସିପିଆଇର ଜିଲା ନେତା ପୂର୍ଣ୍ଣଚନ୍ଦ୍ର ମହାନ୍ତି, ଫକୀର ଚରଣ ବିଶ୍ୱାଳ, ପରମେଶ୍ୱର ବାରିକଙ୍କ ସହିତ ଆଇନଜୀବୀ ଗିରିଧାରୀ ନାଥ, ବୈଲୋଚନ ଯେନା, ପ୍ରତାପ ସେଠୀ ପ୍ରମୁଖ ବିକ୍ଷୋଭରେ ସାମିଲ ଥିଲେ। ବିକ୍ଷୋଭ ଶୋଭାଯାତ୍ରାରେ ବହୁ ବାମପନ୍ଥୀ କର୍ମୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri