ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ

ନୟାଗଡ଼ ଅଫିସ,୫ା୧୦: ନୟାଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ୨ୟ ମହଲା ସାଧାରଣ ଓ ବିବିଧ ଉପବିଭାଗ (ଜେନେରାଲ ଆଣ୍ଡ ମିସ୍‌ ସେକ୍ସନ)ରେ ଶୁକ୍ରବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କାର୍ଯ୍ୟାଳୟର ଗୋଟିଏ କମ୍ପ୍ୟୁଟର ଓ ପ୍ରିଣ୍ଟର ପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ଫାଇଲଗୁଡ଼ିକ ସୁରକ୍ଷିତ ରହିଛି। ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଛି।
ଭୋର ୫ଟା ସମୟରେ ଉକ୍ତ କୋଠରିରେ ବିସ୍ଫୋରଣ ହେବା ଭଳି ଶବ୍ଦ ହୋଇଥିଲା। କାର୍ଯ୍ୟାଳୟରେ ଥିବା ରାତ୍ର ଜଗୁଆଳି କାଳନ୍ଦୀ ଚରଣ ବେହେରା ଯାଇ ଦେଖିବା ବେଳକୁ ଚାରିଆଡ଼େ ଧୂଆଁମୟ ହୋଇଥିବା ବେଳେ ଏକ କୋଠରିରୁ ନିଆଁ ବାହାରୁଥିଲା। ସଙ୍ଗେ ସଙ୍ଗେ ସେ ଫୋନ୍‌ କରିବାରୁ ନୟାଗଡ଼ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ କୌଣସି ଫାଇଲ୍‌ ପୋଡ଼ି ନ ଥିବା ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ ପ୍ରକାଶ କରିଛନ୍ତି। ଏହି ଦୁର୍ଘଟଣା ପରେ ଜିଲାପାଳଙ୍କ କାର୍ଯ୍ୟାଳୟର ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ମିଳିଥିବା ସୂଚନା ଅନୁଯାୟୀ ୩ ମହଲା କାର୍ଯ୍ୟାଳୟର କୌଣସି ବି ସ୍ଥାନରେ ଅଗ୍ନି ନିର୍ବାପନ ଯନ୍ତ୍ର ନାହିଁ। ଜିଲା ପ୍ରଶାସନ ଏଥିପ୍ରତି ଧ୍ୟାନଦେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri