ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ‘ଫନୀ’ କ୍ଷତିଗ୍ରସ୍ତ ପରିବାର: ଭାଜପା ପ୍ରତିନିଧି ଦଳର ଆଲୋଚନା

ପୁରୀ ଅଫିସ,୪।୧୧: ମେ’ ୩ରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ରେ ପୁରୀ ଜିଲା ବ୍ୟାପକ କ୍ଷତିଗ୍ରସ୍ଥ ହୋଇଥିଲା। ତେବେ ଏହା ଭିତରେ ବାତ୍ୟାକୁ ୬ ମାସ ବିତିଥିଲେ ସୁଦ୍ଧା ଅଧିକାଂଶ କ୍ଷତିଗ୍ରସ୍ତ ପରିବାର ସହାୟତାରୁ ବଞ୍ଚିତ ରହିଛନ୍ତି । ବାରମ୍ବାର ଅଭିଯୋଗ ସତ୍ତ୍ବେ ପ୍ରଶାସନର ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ସହାୟତା ରାଶି ପ୍ରଦାନରେ ଅନିୟମିତତା ଦେଖାଦେଇଛି। ଯୋଗ୍ୟ ହିତାଧିକାରୀଙ୍କ ବଦଳରେ ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି । ଏ ନେଇ ମଙ୍ଗଳବାର ଜଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଶତାଧିକ କ୍ଷତିଗ୍ରସ୍ତ ପରିବାର ବିକ୍ଷୋଭ ପ୍ରଦର୍ଶନ କରଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି। କୌଣସି ଅଘଟଣକୁ ଦୃଷ୍ଟିରେ ରଖି ଆମ୍ବୁଲାନ୍ସ ଓ ଅଗ୍ନିଶମ ଗାଡ଼ି ମଧ୍ୟ ନିୟୋଜିତ କରାଯାଇଛି ।
ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଜିଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି। ଘରଭଙ୍ଗା ସହାୟତାରୁ ବାଦ୍‌ ପଡ଼ିଥିବା ଯୋଗ୍ୟ ଓ ଗରିବ ହିତାଧିକାରୀଙ୍କୁ ଚିହ୍ନଟ କରି ସହାୟତା ପ୍ରଦାନ, ଅଯୋଗ୍ୟ ହିତାଧିକାରୀଙ୍କଠାରୁ ଟଙ୍କା ଫେରସ୍ତ ଓ ନୂତନ ଆବେଦନକୁ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏ ନେଇ ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ପାତ୍ର କୁହନ୍ତି, ଜିଲାରେ ଫନୀ ଘରଭଙ୍ଗା ସହାୟତାରେ ବ୍ୟାପକ ଅନିୟମିତତା କରାଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇ ଅଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri