ଜିଲାପାଳଙ୍କ ଘୋଷଣା: ଗୁଣିଗାରେଡି ପ୍ରମାଣ କଲେ ୫୦ ହଜାର ପୁରସ୍କାର

ଛତ୍ରପୁର,୨୪ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଭୂତ, ପ୍ରେତ, ଗୁଣିଗାରେଡିକୁ ନେଇ ଜନସାଧାରଣଙ୍କ ମନରେ ଅହେତୁକ ଆବେଗ ରହୁଛି। ଫଳରେ ରୋଗ ବ୍ୟାଧି ପାଇଁ ଲୋକେ ଡାକ୍ତରଖାନା ନ ଯାଇ ଗୁଣିଗାରେଡି ପ୍ରତି ଆଗ୍ରହ ଦେଖାଉଛନ୍ତିି। କାହାର କୌଣସି ପାରିବାରିକ ଅସୁବିଧା ହେଲେ ପାଖପଡିଶା ଗୁଣି କରୁଛନ୍ତି ବୋଲି ଭ୍ରାନ୍ତଧାରଣାକୁ ନେଇ ଜିଲାରେ ଗଣ୍ଡଗୋଳର ସୂତ୍ରପାତ ହେଉଛି ା ଏପରିକି ବେଳେବେଳେ ହତ୍ୟାକାଣ୍ଡ ମଧ୍ୟ ଘଟୁଛି ା ଏହା ଜିଲା ପ୍ରଶାସନ ଓ ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଲୋକମାନେ ନିଜର ସମ୍ପତ୍ତିି ବୃଦ୍ଧି ଓ ପାରିବାରିକ ଅଶାନ୍ତି ଦୂର କରିବା, ପରିବାର ଲୋକଙ୍କ ରୋଗ ଭଲ କରିବା ଆଦି କାର୍ଯ୍ୟ ପାଇଁ ଗୁଣିଆଙ୍କ ଦ୍ୱାରସ୍ଥ ହେଉଛନ୍ତି। ଏପରିକି ଗୁଣିଆଙ୍କ ପ୍ରରୋଚନାରେ କେତେଜଣ ନିଜର ଜ୍ଞାତିକୁଟୁମ୍ବଙ୍କୁ ମଧ୍ୟ ବଳି ଦେଉଛନ୍ତି ା ଅପରପକ୍ଷରେ ଗୁଣିଆ ମଧ୍ୟ ବିଭିନ୍ନ ମନଗଢା କଥା କହି ଲୋକଙ୍କୁ ବିଭ୍ରାନ୍ତ କରିବା ସହ ଆର୍ଥିକ ଶୋଷଣ କରୁଛନ୍ତି। ଗୁଣିଗାରେଡ଼ିକୁ ଗୁରୁତ୍ୱ ନ ଦେବା ଓ ଏ ବାବଦରେ ଅନ୍ୟକୁ ଦୋଷାରୋପ ନ କରିବା ପାଇଁ ବୁଧବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଗୁଣିିଗାରେଡି, ଭୂତପ୍ରେତ ବାବଦରେ ଜିଲାରେ କୌଣସି ବ୍ୟକ୍ତି ବଳିଷ୍ଠ ପ୍ରମାଣ ଦେଲେ ତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ ବୋଲି କହିଛନ୍ତି। ଅପରପକ୍ଷରେ ଏପରି ଗୁଣିଗାରେଡି ସମ୍ପର୍କରେ ପ୍ରଶାସନ, ତହସିଲଦାର, ବିଡିଓ, ଜିଲା ଅଭିଯୋଗ ଶୁଣାଣି ନମ୍ବରକୁ ଫୋନ୍‌ କରି ଜନସାଧାରଣଙ୍କୁ ଜଣାଇବାକୁ କୁହାଯାଇଛି ା ବୁଗୁଡା ବ୍ଲକର ଏକ ସ୍କୁଲ ପିଲାମାନେ ଏ ସବୁକୁ ବିଶ୍ୱାସ କରୁଥିବାରୁ ସେଠାକୁ ଟିମ୍‌ ପଠାଯାଇ ସେମାନଙ୍କର କାଉନସେଲିଂ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଗୁଣିଗାରେଡି ଉପରେ ଲୋକଙ୍କ ବିଶ୍ୱାସ ଯୋଗୁ ପରିବାର ଓ ଲୋକଙ୍କୁ ବାସନ୍ଦ କରାଯାଉଥିବା ଘଟଣା ବିଭିନ୍ନ ସମୟରେ ପଦାକୁ ଆସୁଥିବା ସେ କହିଛନ୍ତି। ଏଥିପାଇଁ ଲୋକଙ୍କ ମଧ୍ୟରେ ସଚେତନତାର ଆବଶ୍ୟକତା ରହିଛି। ସ୍କୁଲ ଛାତ୍ରୀଛାତ୍ର, ଅଙ୍ଗନୱାଡିକର୍ମୀ, କଲେଜ ଛାତ୍ରୀଛାତ୍ର, ସାମାଜିକ କର୍ମୀଙ୍କୁ ସାମିଲ କରାଯାଇ ଏମାନଙ୍କ ଦ୍ୱାରା ଲୋକଙ୍କୁ ସଚେତନ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri