ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ: ଠିକ୍‌ ସମୟରେ ରୋଗୀଙ୍କୁ ମିଳୁନି

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ମୁତାବକ ଆମ୍ବୁଲାନ୍ସ ନ ଥିବାରୁ ଠିକ୍‌ ସମୟରେ ରୋଗୀଙ୍କୁ ସେବା ମିଳିପାରୁନି। ଏଥିଯୋଗୁ କେତେବେଳେ ନବଜାତ ଶିଶୁ ତ ଆଉ କେତେବେଳେ ସାଧାରଣ ଲୋକେ ମୃତ୍ୟୁମୁଖରେ ପଡୁଛନ୍ତି। ଏହାକୁ ନେଇ ଅଧିକାଂଶ ସମୟରେ ଆନ୍ଦୋଳନ ମଧ୍ୟ ହେଉଛି। ଅନ୍ୟପଟେ ଦୁଇମାସ ହେଲା ନୟାଗଡ଼ ଲେଙ୍କୁଡ଼ିପଡ଼ାସ୍ଥିତ ଏକ ଗ୍ୟାରେଜରେ ୨ଟି ଆମ୍ବୁଲାନ୍ସ ପଡ଼ିରହିଛି। କୌଣସି ସମୟରେ ରୋଗୀ ସମ୍ପର୍କୀୟ ଫୋନ୍‌ କଲେ ଆମ୍ବୁଲାନ୍ସ ନ ଥିବା ଶୁଣିବାକୁ ମିଳୁଛି। ଏହାର ସମାଧାନ ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।
ଜିଲା ସ୍ବାସ୍ଥ୍ୟ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ଜିଲାରେ ୧୨ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚ୍‌ସି) ଓ ୩୭ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ପିଏଚ୍‌ସି) ରହିଛି। ୮ ବ୍ଲକରେ ଥିବା ଏହି ୪୯ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ମାତ୍ର ୧୨ ଗୋଟି ୧୦୨ ଓ ୧୫ ଗୋଟି ୧୦୮ ଆମ୍ବୁଲାନ୍ସ ଅଛି। ରୋଗୀମାନଙ୍କୁ ମାଗଣାରେ ଡାକ୍ତରଖାନ ନେବା ପାଇଁ ସରକାର ୧୦୮ ଏବଂ ଗର୍ଭବତୀ ମହିଳା ଓ ଅସୁସ୍ଥ ଶିଶୁ (୧ବର୍ଷରୁ କମ୍‌)ଙ୍କୁ ମାଗଣାରେ ସରକାରୀ ମେଡ଼ିକାଲରେ ପହଞ୍ଚାଇବା ପାଇଁ ଜନନୀ ସୁରକ୍ଷା ଯୋଜନାରେ ୧୦୨ ଆମ୍ବୁଲାନ୍ସ ବ୍ୟବସ୍ଥା କରିଛନ୍ତି। ସେହିଭଳି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଆରଏସ୍‌ବିକେୱାଇ ପକ୍ଷରୁ ଗୋଟିଏ ଆମ୍ବୁଲାନ୍ସ ରହିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ଆମ୍ବୁଲାନ୍ସ ଅନ୍ୟଆଡ଼େ ଯିବା ଓ ଠିକ୍‌ ସମୟରେ ନ ଫେରିବାରୁ ସେଠାରେ ଥିବା ବେସରକାରୀ ଆମ୍ବୁଲାନ୍ସ ମନଇଚ୍ଛା ରୋଗୀଙ୍କୁ ଶୋଷଣ କରୁଥିବା ଅଭିଯୋଗ ହେଉଛି।
ପ୍ରକାଶ ଯେ, ୨୯ ସେପ୍ଟେମ୍ବର ୨୦୧୬ରେ ନୟାଗଡ଼ ବ୍ଲକ ଭାଟସାହି ପଞ୍ଚାୟତ ବାରପଲ୍ଲା ଗ୍ରାମର ଶିଆଳିଖାଲ ସାହିକୁ ୧୦୨ ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଖଟିଆରେ ଜଣେ ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଉଥିଲା। ବାଟରେ ପ୍ରସବ ବେଦନା ଜୋର୍‌ ହେବାରୁ ରାସ୍ତା କଡ଼ରେ ମହିଳା ଜଣକ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ସେହିଭଳି ୧୪ ନଭେମ୍ବର ୨୦୧୬ରେ ୧୦୨ ଆମ୍ବୁଲାନ୍ସ ନ ଆସିବାରୁ ଗଣିଆ ବ୍ଲକ ଛାମୁଣ୍ଡିଆ ଗ୍ରାମର ଡ଼ଲି ନାୟକଙ୍କୁ ଅଟୋରେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଉଥିଲା। ହେଲେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ବା ପୂର୍ବରୁ ରାସ୍ତାରେ ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଡାକ୍ତରଖାନା ଆସିବା ପରେ ସେଠାରେ ନବଜାତ ପୁତ୍ରର ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିଲା। ୨୬ ମାର୍ଚ୍ଚ ୨୦୧୬ରେ ଖଣ୍ଡପଡ଼ାର ଜଣେ ଗର୍ଭବତୀଙ୍କୁ ଆମ୍ବୁଲାନ୍ସ ନ ମିଳିବାରୁ ନୟାଗଡ଼ ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ସେ ଶିଶୁ କନ୍ୟା ଜନ୍ମ ଦେଇଥିଲେ ଓ ପରେ ଶିଶୁଟିର ମୃତ୍ୟୁ ଘଟିଥିଲା। ୯ ଜୁନ୍‌ ୨୦୧୬ରେ ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳା ଓ ୧୦୮ ଆମ୍ବୁଲାନ୍ସ ନ ମିଳିବାରୁ ଶିଖରପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଦୁଇ ଡାକ୍ତରଙ୍କୁ ମାରପିଟ କରାଯିବା ସହ ଉତ୍ତ୍ୟକ୍ତ ଲୋକମାନେ ରାଜ୍ୟ ରାଜପଥ ଅବରୋଧ କରିଥିଲେ। ଆମ୍ବୁଲାନ୍ସ ଅବ୍ୟବସ୍ଥା ବିଷୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ, ଗ୍ୟାରେଜ୍‌ରେ ସଜଡ଼ା ହେଉଥିବା ଆମ୍ବୁଲାନ୍ସ ବିଷୟରେ ଜାଣିନାହିଁ, ପଚାରି ବୁଝିବି। ବୋଲି କହିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହୁଥିବା ବେସରକାରୀ ଗାଡ଼ି ଓ ଆମ୍ବୁଲାନ୍ସ ବାବଦରେ ଆରଟିଓ ଓ ଜିଲା ପୋଲିସ କାର୍ଯ୍ୟାଳୟକୁ ଜଣାଯାଇଛି। ଆରଟିଓ କାର୍ଯ୍ୟାଳୟର କର୍ମଚାରୀମାନେ ଆସି ଚଢ଼ାଉ କରୁଛନ୍ତି, ପରେ ଯେଉଁ ଅବସ୍ଥାକୁ ସେହି ଅବସ୍ଥା। ପ୍ରତିଦିନ ଚଢ଼ାଉ ହେଉ ନ ଥିବାରୁ ମେଡିକାଲପରିସରରେ ବେସରକାରୀ ଆମ୍ବୁଲାନ୍ସ ରହୁଥିବା ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ

ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri