ଜିଲାରେ ଫନୀକୁ ନେଇ ଚାଷୀ ଚିନ୍ତିତ

ମାଲକାନଗିରି,୧।୫ (ଡି.ଏନ୍‌.ଏ.): ମାଡି ଆସୁଥିବା ବାତ୍ୟା ଫନୀକୁ ନେଇ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି।  ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୩ରେ ଏହା ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳକୁ ପ୍ରବେଶ କରିବ। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଦ୍ୱାରା ମାଲକାନଗିରି ଜିଲାରେ ରବି ଚାଷ କରିଥିବା ଚାଷୀମାନେ ଚିନ୍ତାରେ ପଡିଛନ୍ତି।  ଏବେ ଜିଲାର କୋରୁକୋଣ୍ଡା, ମାଲକାନଗିରି, କାଲିମେଳା, ଚିତ୍ରକୋଣ୍ଡା ବ୍ଲକ ଅଞ୍ଚଳରେ ହଜାର ହଜାର ହେକ୍ଟର ଚାଷ ଜମିରେ ଧାନ ପାଚି ରହିଛି।  ଅନେକ ଚାଷୀ ଧାନକଟା ମଧ୍ୟ ଆରମ୍ଭ କରି ଦେଇଛନ୍ତି। ଏପରି କି ବାଦାମ, ଡାଲିଜାତୀୟ, ଏବଂ ପନିପରିବା ଚାଷ ଫଳନ୍ତି ଅବସ୍ଥାରେ ରହିଛି। ଏପରି ସ୍ଥଳେ ଯଦି ବର୍ଷା ହୁଏ ଏହି ସବୁ ଚାଷ କ୍ଷତିଗ୍ରସ୍ତ ହେବ। ମଙ୍ଗଳବାର ଜିଲା ପ୍ରଶାସନ ସମସ୍ତ ବ୍ଲକର ବିଡିଓ ଓ ତହସିଲଦାରଙ୍କୁ ଆଗାମୀ ଫନୀ ପାଇଁ ସତର୍କ ରହିବା, ଶୁଖିଲା ଖାଦ୍ୟ ମହଜୁଦ ରଖିବା, ଆଶ୍ରୟସ୍ଥଳୀ ବ୍ୟବସ୍ଥା ତଦାରଖ କରିବା, ପଲିଥିନ୍‌ ଏବଂ ଡଙ୍ଗା ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦେଇଛି। ଛୁଟିରେ ଯାଇଥିବା କର୍ମଚାରୀଙ୍କ ଛୁଟି ଜିଲାପାଳ ବାତିଲ କରିଛନ୍ତି। ଏ ସମ୍ପର୍କରେ ଜିଲା କୃଷି ଅଧିକାରୀ ରାମଚନ୍ଦ୍ର ପଟ୍ଟନାୟକଙ୍କୁ ପଚାରିବାରୁ  ସେ କହିଛନ୍ତି ଯେ, ମାଲକାନଗିରିରେ ଜିଲାରେ ଯେଉଁ ଚାଷୀମାନେ ଧାନ କାଟିଛନ୍ତି ସେମାନେ କଟା ଧାନକୁ ତୁରନ୍ତ ନିଜ ଖଳାକୁ ନେଇଯାଆନ୍ତୁ। ଜମିରେ ଥିବା ଅତି ପାଚିଲା ଧାନକୁ ମଧ୍ୟ ଆସନ୍ତା ୨ ତାରିଖ ମଧ୍ୟରେ କାଟି ଖଳାକୁ ନେବାପାଇଁ ସେ ପରାମର୍ଶ ଦେଇଛନ୍ତି। ତେବେ ଏଥିପାଇଁ ଚାଷୀମାନେ ବିଶେଷ ଭୟଭୀତ ହେବା ଆବଶ୍ୟକ ନାହିଁ। କାରଣ ମାଲକାନଗିରିରେ ଫନୀ କେତେଦୂର ପ୍ରଭାବ ପକାଇବ ତା’ର ସବିଶେଷ ତଥ୍ୟ ଏଯାଏ ଆସିନାହିଁ ବୋଲି ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri