ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ସମାଧାନ ପାଇଁ ଦାବିପତ୍ର

ଅନୁଗୋଳ ଅଫିସ, ୧୦।୮ – ଜିଲାରେ ଦିନକୁ ଦିନ ଶିକ୍ଷାର ମାନ ହ୍ରାସ ପାଉଛି। ଶିକ୍ଷା ଭିତ୍ତିଭୂମି ମଧ୍ୟ ଦୁର୍ବଳ ଅବସ୍ଥାରେ ରହିଛି। କେଉଁଠି ଶିକ୍ଷକ ନାହାନ୍ତି ତ କେଉଁଠି ପର୍ଯ୍ୟାପ୍ତ ଶ୍ରେଣୀଗୃହ ନାହିଁ। ସରକାରୀ ଶିକ୍ଷା ବ୍ୟବସ୍ଥା ଏପରି ଭୁଶୁଡ଼ି ପଡ଼ୁଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଘରୋଇ ବିଦ୍ୟାଳୟ। ମୋଟା ଅଙ୍କର ଫି ଠାରୁ ଆରମ୍ଭ କରି ଦରମା ଓ ପାଠ୍ୟପୁସ୍ତକ ପାଇଁ ବହୁ ଅର୍ଥ ଦାବି କରାଯାଉଛି। ସେହିପରି ବାରମ୍ବାର ବସ୍ତାନି ବୋଝ ହାଲୁକା କରିବାକୁ ନିର୍ଦ୍ଦେଶ ଦିଆଯାଉଥିଲେ ମଧ୍ୟ ତାହାକୁ ପାଳନ କରାଯାଉ ନାହିଁ। ଅନେକ ସ୍କୁଲ ପକ୍ଷରୁ ରଖାଯାଇଥିବା ପରିବହନ ବ୍ୟବସ୍ଥା ମଧ୍ୟ ଠିକ୍‌ ନାହିଁ। ବହୁ ସମୟରେ ପିଲାମାନେ ବିପଦସଙ୍କୁଳ ଅବସ୍ଥାରେ ସ୍କୁଲକୁ ଯାଉଛନ୍ତି। ତେଣୁ ଜିଲାରେ ଶିକ୍ଷା ବ୍ୟବସ୍ଥା ଏପରି ଅବ୍ୟବସ୍ଥା ମଧ୍ୟରେ ଚାଲିଥିବାରୁ ତାହାର ସମାଧାନ ନିମନ୍ତେ ଶୁକ୍ରବାର ଯୁବଶକ୍ତି ଆହ୍ବାନ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶୀଘ୍ର ଶିକ୍ଷକ ପଦବୀ ପୂରଣ କରିବା, ସୁରକ୍ଷିତ ଶ୍ରେଣୀ ଗୃହ ନିର୍ମାଣ, ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀଛାତ୍ରମାନଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ, ବସ୍ତାନି ବୋଝ ହାଲୁକା କରିବା, ଘରୋଇ ବିଦ୍ୟାଳୟରେ ନିର୍ଦ୍ଦିଷ୍ଟ ଫି ନିର୍ଦ୍ଧାରଣ ଓ ସୁରକ୍ଷିତ ଯାତାୟାତ ବ୍ୟବସ୍ଥା କରିବାକୁ ଏଥିରେ ଦାବି କରାଯାଇଛି। ଯୁବଶକ୍ତି ଆହ୍ବାନର କର୍ମକର୍ତ୍ତା ପର୍ଶୁରାମ ଦାସ, ନୀରୋଦ କୁମାର ସାହୁ, ଆଦିତ୍ୟ ପ୍ରସାଦ ମିଶ୍ର, ଆନନ୍ଦ ଶତପଥୀ, ପ୍ରତୀକ ଦେହୁରୀ, ସନ୍ଦୀପ କୁମାର ରାଉତ, ନୀତିକୃଷ୍ଣ ସାମଲ, ରାକେଶ ପରିଡ଼ା ଓ ଶୁଭମ ସୁବୁଦ୍ଧି ପ୍ରମୁଖ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri