ଜିଲାରେ ସ୍ବାସ୍ଥ୍ୟସେବା ଅନୁଧ୍ୟାନ କଲେ ୫ ଜଣିଆ ଟିମ୍‌

ଅନୁଗୋଳ ଅଫିସ, ୨୩।୮-ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ୫ ଜଣିଆ ଟିମ୍‌ ଗୁରୁବାର ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଜିଲାର ଅନ୍ୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଚିକିତ୍ସାଳୟଗୁଡ଼ିକରେ ସରକାରୀ ଯୋଜନା କିପରି କାର୍ଯ୍ୟକାରୀ ହେଉଛି ଉକ୍ତ ଟିମ୍‌ ତାହାର ଅନୁଧ୍ୟାନ କରିଥିଲେ। ସେହିପରି ଜିଲା ମୁଖ୍ୟ ଚିକିତ୍ସାଳୟର ଭିତ୍ତିଭୂମି ମଧ୍ୟ ବୁଲି ଦେଖିଥିଲେ। ଏହାପରେ ପ୍ରସୂତି ଓ ଶିଶୁ ସ୍ବାସ୍ଥ୍ୟ ୱାର୍ଡ ପରିଦର୍ଶନ କରିଥିଲେ। ତେବେ ମୁଖ୍ୟ ଚିକିତ୍ସାଳୟରେ ଥିବା ନାନା ଅବ୍ୟବସ୍ଥା ଦେଖି କମିଟି ଅସନ୍ତୋଷ ପ୍ରକାଶ କରିଥିବା ଜଣାପଡ଼ିଛି।
ଏହି କମିଟିରେ ରାଜ୍ୟ ମାତୃ ସ୍ବାସ୍ଥ୍ୟ ପରାମର୍ଶଦାତା ସରୋଜ ପାଣିଗ୍ରାହୀଙ୍କ ସହ ରାଜ୍ୟ ଅର୍ଥ ପରିଚାଳକ ମଳୟ କୁମାର ପାଣିଗ୍ରାହୀ, ରାଜ୍ୟ ତଥ୍ୟ ପରିଚାଳକ ଶଶିଭୂଷଣ ଜେନା, ଗଁା କଲ୍ୟାଣ ସମିତିର ସହ ପରିଚାଳକ ବିକ୍ରମ କୁମାର ପ୍ରଧାନ, ଜିଲା ମାତୃ ଓ ପ୍ରଜନନ ଶିଶୁ ସ୍ବାସ୍ଥ୍ୟ ପରିଚାଳକ ସୂର୍ଯ୍ୟନାରାୟଣ ମାନସିଂହ ସାମିଲ ଥିଲେ। ଏହି ଟିମ୍‌ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ପରେ ପାଲଲହଡ଼ା, ଛେଣ୍ଡିପଦା, କଣିହଁା, ବନ୍ତଳା ଅଞ୍ଚଳରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଚିକିତ୍ସା ବ୍ୟବସ୍ଥା ତଦାରଖ କରିଥିଲେ। ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ବେଳେ ଏହି ଟିମ୍‌ ପ୍ରସବ କକ୍ଷ, ଅନ୍ତର୍ବିଭାଗ, ବହିର୍ବିଭାଗ, ବ୍ଲକ କାର୍ଯ୍ୟକ୍ରମ ପରିଚାଳନା ବିଭାଗ, ଔଷଧ ବିତରଣ କକ୍ଷ, ଟିକା ସଂରକ୍ଷଣ ଗୃହ ଆଦି ପରିଦର୍ଶନ କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ର ଦ୍ୱାରା ଭବିଷ୍ୟତରେ ଜନସାଧାରଣଙ୍କୁ କିପରି ଆହୁରି ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯିବ ସେ ନେଇ କାର୍ଯ୍ୟ କରିବାକୁ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ସେହିପରି ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ସମୟରେ ସିଡିଏମ୍‌ଓ ପ୍ରତାପ କୁମାର ବେହେରା, ଏଡିଏମ୍‌ଓ ମେଡିକାଲ ଲକ୍ଷ୍ମୀନାରାୟଣ ବିଶୋଇ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବେହେରା କହିଛନ୍ତି, ପ୍ରତିବର୍ଷ ଟିମ୍‌ ଏପରି ତଦାରଖ କରିବାକୁ ଆସିଥାନ୍ତି। ଆସିଥିବା ୫ ଜଣିଆ ଟିମ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ଭଲ ରିମାର୍କ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri