ଜିଲାର ସମସ୍ତ ପ୍ରବେଶ ପଥରେ ଚେକ୍‌ପୋଷ୍ଟ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.) – ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ଏନେଇ ଏକ ବୈଠକ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। କୃଷି, ଉଦ୍ୟାନ, ପାନୀୟ ଜଳ ବ୍ୟବସ୍ଥା ଉପରେ ଧ୍ୟାନ ଦିଆଯିବାକୁ ଏଥିରେ ଆଲୋଚନା ହୋଇଥିଲା। ଉକ୍ତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ନିଜ ହେଡକ୍ୱାର୍ଟରରେ ରହିବେ। ଏଥିରେ ଅବମାନନା କଲେ ସମ୍ପୃକ୍ତ କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ସ୍ଥାନୀୟ ଥାନାରେ ଏତଲା ଦିଆଯିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲାକୁ ଥିବା ସମସ୍ତ ପ୍ରବେଶ ପଥକୁ ଚେକ୍‌ପୋଷ୍ଟ କରାଯିବ ଏବଂ ତହସିଲଦାର ମାନେ ଏହାର ମନିଟରିଂ କରିବେ। ବିଭିନ୍ନ ବିଭାଗୀୟ ଅଧିକାରୀ ଓ ପୋଲସି ଏଠାରେ ଅହୋରାତ୍ର କାର୍ଯ୍ୟ କରିବେ। ପ୍ରବେଶ କରୁଥିବା ସମସ୍ତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ଏଠାରେ ଏକ ରେଜିଷ୍ଟ୍ରରରେ ଉଲ୍ଲେଖ ରହିବ। ତହସିଲଦାରଙ୍କ ମାଧ୍ୟମରେ ଚାଷୀଙ୍କ ପାସ୍‌ ଦିଆଯିବ। ବାହାର ଫେରନ୍ତାଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏଥିରେ ଅବହେଳା କଲେ ସମ୍ପୃକ୍ତ ବିଡିଓ ଓ ତହସିଲଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଯେଉଁମାନେ ବାହାରୁ ଫେରିବେ ସେମାନଙ୍କ ପାଇଁ ୧୪ ଦିନିଆ ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ବାଧ୍ୟତାମୂଳକ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri